ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକ ଗାଙ୍ଗପୁର ଗାଁରୁ ଏକ ଧଳା ରଙ୍ଗର ସାପ ଉଦ୍ଧାର ହୋଇଛି। ସାପଟିର ଲମ୍ବ ୧ ଫୁଟ ହୋଇଥିବା ବେଳେ ତାହାର ରଙ୍ଗ ସମ୍ପୂର୍ଣ୍ଣ ଧଳା ।
ଏହି ସାପକୁ ଦେଖି ଗାଙ୍ଗପୁର ଗ୍ରାମବାସୀ ଭୟଭୀତ ହୋଇଯାଇଥିଲେ। ଏହାପରେ ତପନ ଜେନା ନାମକ ଯୁବକ ସାପଟିକୁ ଉଦ୍ଧାର କରିଥିଲେ । ପରେ ସାପଟିର କିଛି ଫଟୋ ସ୍ନେକ୍ ହେଲ୍ପ ଲାଇନ୍କୁ ପଠାଇଥିଲେ। ଧଳା ରଙ୍ଗର ଏହି ସାପଟି ଲିଉଷ୍ଟିକ୍ ଚିତି ବୋଲି କହିଛନ୍ତି ସ୍ନେକ ହେଲ୍ପ ଲାଇନର ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ । ସ୍ନେକ ହେଲ୍ପ ଲାଇନର ସଦସ୍ୟ ନଳିନୀ ପ୍ରସାଦ ଦାସ ରାଜକନିକାରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ । ପରେ ସାପଟିକୁ ଗାଁଠାରୁ ପ୍ରାୟ ୧୦ କିମି ଦୂର ଜଙ୍ଗଲରେ ଛାଡି ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।