ରାୟଗଡ଼ା(ମନୋଜ ମୁନି): ଚିକିତ୍ସା ହେବାକୁ ହସ୍ପିଟାଲରେ ଆଡମିଟ ହୋଇଥିବା ଜଣେ ଯୁବତୀ ୩ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଏପରି ଅଭାବନୀୟ ଘଟଣା ରାୟଗଡ଼ା ହସ୍ପିଟାଲରେ ଆଜି ଭୋରରୁ ହୋଇଛି। ମୃତ ଯୁବତୀଙ୍କ ଘର ସଦର ଥାନା ତୁମ୍ବିଗୁଡ଼ା ଗାଁରେ ବୋଲି ସୂଚନା ମିଳିଛି ।
ମିଳିଥିବା ସୂଚନା ଅନୁଯାୟୀ, ଅସୁସ୍ଥତା ଯୋଗୁଁ ଗତ ୭ ତାରିଖରେ ଯୁବତୀ ଜଣକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତାଙ୍କୁ ଜ୍ୱର ହୋଇଥିଲା। ଚିକିତ୍ସାଧୀନ ଥିବା ବେଳେ ଆଜି ଭୋର ପ୍ରାୟ ୪ଟାରେ ସେ ବାଥରୁମ୍କୁ ଯାଇ ଭିତରପଟୁ କବାଟ ବନ୍ଦ କରି ଦେଇଥିଲେ। ଏହାପରେ ବାଥରୁମ୍ର କାଚ ଝରକା ଭାଙ୍ଗି ତଳକୁ ଡେଇଁ ପଡ଼ିଥିଲେ । ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ହୋଇଥିଲା।
ଏନେଇ ପୁଲିସ୍କୁ ଖବର ଦିଆଯାଇଥିବା ବେଳେ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଛି। ଯୁବତୀଜଣକ କାହିଁକି ଆତ୍ମହତ୍ୟା କଲେ ଜଣା ପଡ଼ି ନ ଥିବା ବେଳେ ପୁଲିସ୍ ତଦନ୍ତ ପରେ ଘଟଣା ସାମନାକୁ ଆସିବ ବୋଲି ରାୟଗଡ଼ା ଏଡିଏମ୍ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।