ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ବୁଧବାରଠୁ ରାଜ୍ୟବ୍ୟାପୀ ଲକଡାଉନ୍ ସତ୍ତ୍ୱେ ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ। ଏନେଇ ରାଜ୍ୟ ସରକାର ନିଜର ମେ’ ୧ରେ ଜାରି କରିଥିବା ନିର୍ଦ୍ଦେଶନାମାରେ ସଂଶୋଧନ କରିଛନ୍ତି।
ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ରାଜ୍ୟର ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ। ତେବେ ସେଠାରେ କେହି ଖାଇ ପାରିବେ ନାହିଁ ଓ କେବଳ ଖାଇବା ପ୍ୟାକେଟ୍ ନେଇପାରିବେ। ଏହି ସଂଶୋଧିତ ନିର୍ଦ୍ଦେଶନାମା ମେ’ ୫ରୁ ୧୯ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।
ସେହିପରି ଭାରତ ସରକାରଙ୍କ ସଂସ୍ଥା ଆଇଆଇଟି ଓ ଆଇଆଇଏମ୍ ଓ ଅନ୍ୟ ସଂସ୍ଥାନଗୁଡ଼ିକ ଖୋଲା ରହିବ । ତେବେ ସେମାନଙ୍କୁ କୋଭିଡ୍ ଗାଇଡଲାଇନ ମାନି ଚଳିବାକୁ ପଡ଼ିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।