ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନାଲକୋ ଛକରେ ଦୁର୍ଘଟଣା। ବସ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ। ମୃତକ ଜଣକ ସ୍ଥାନୀୟ ରାଧାକୃଷ୍ଣ ବସ୍ତିର ବୋଲି ଜଣାପଡିଛି। ଆଜି ଅପରାହ୍ନ ପ୍ରାୟ ୪ ବେଳେ ଏହି ଘଟଣା ଘଟିଛି।
ଉକ୍ତ ଘରୋଇ ଯାତ୍ରୀବାହୀ ବସ୍ଟି ଭୁବନେଶ୍ୱର ଜୟଦେବ ବିହାରରୁ ପଟିଆ ଦେଇ ଆଠଗଡ ଯାଉଥିଲା। ଟ୍ରାଫିକ୍ ଗ୍ରୀନ୍ ସିଗ୍ନାଲ ଦେଖି ବସ୍ଟି ନାଲକୋ ଛକ ଅତିକ୍ରମ କରୁଥିଲା। ଏହି ସମୟରେ ମହିଳା ଜଣକ ନାଲୋକ ଅଫିସ୍ ପାର୍ଶ୍ୱରୁ ଅପର ପଟକୁ ଯାଉଥିବା ବେଳେ ବସ୍ ଆଗକୁ ଆସି ଯାଇଥିଲେ। ବସ୍ ଧକ୍କା ଦେବାରୁ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା।
ଦୁର୍ଘଟଣା ପରେ ବସ୍ଟି ରାସ୍ତା ମଝିରେ ଅଟକି ରହିବାରୁ ନାଲ୍କୋ ଛକରେ ଅସମ୍ଭାଳ ଟ୍ରାଫିକ୍ ଜାମ୍ ସୃଷ୍ଟି ହୋଇଥିଲା। ପୁଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ବସ୍କୁ ରାସ୍ତା ମଝିରୁ ହଟାଇଥିଲା। ଫଳରେ ଗାଡ଼ି ଚଳାଚଳ ସ୍ୱଭାବିକ ହୋଇଥିଲା। ପୁଲିସ ଏନେଇ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।