ଟିଟିଲାଗଡ଼(ମାନସ ରଞ୍ଜନ ମହାନ୍ତି): ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଗନ୍ଧରାବନ୍ଧ ନିକଟରେ ଆଜି ସକାଳୁ ସକାଳୁ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସମ୍ପର୍କୀୟଙ୍କ ଦଶାହ କର୍ମ ପାଇଁ ଗୋଟିଏ ପରିବାରର ୩ ସଦସ୍ୟ ଯାଉଥିବା ବେଳେ ରାସ୍ତାରେ ଦୁର୍ଘଟଣା ହୋଇ ୩ ଜଣଯାକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସେମାନେ ବସି ଯାଉଥିବା ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।
ସୂଚନାଯୋଗ୍ୟ, ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଛତ୍ରଙ୍ଗ ଗ୍ରାମରୁ କଳାହାଣ୍ଡି ଜିଲା ବିଶ୍ୱନାଥପୁରକୁ ଏକ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଗ୍ରାମର କୃଷ୍ଣଚନ୍ଦ୍ର ଦସ, ତାଙ୍କ ସ୍ତ୍ରୀ କେମତକୀ ଓ ପୁତୁରା ପ୍ରୀତମ ଏହି ଗାଡିରେ ବସି ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।