ଖୋର୍ଦ୍ଧା(ବଳରାମ ଲେଙ୍କା): ପୁଲିସ୍ ହେପାଜତରେ ୨ ଯୁବକଙ୍କ ମୃତ୍ୟୁକୁ ନେଇ ଗତକାଲି ପୁରୀ ସମେତ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ସହର ଅଶାନ୍ତ ହୋଇପଡ଼ିଥିବା ବେଳେ ପୁଣି ଏପରି ଏକ ଘଟଣା ସାମନାକୁ ଆସିଛି। ଗତକାଲି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଉପକାରାଗାରରେ ଅଘଟଣ ଘଟିଛି । ଛାତରୁ ତଳେ ପଡ଼ି ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ କଏଦୀଙ୍କ ନାଁ ଶବୁନ୍ କୁସ୍କୁ ଓ ତାଙ୍କ ଘର ଆସାମରେ ।
ଶବୁନଙ୍କୁ ଗତ ବୁଧବାର ଭୁବନେଶ୍ୱରର ଝାରପଡ଼ା ଜେଲ୍ରୁ ଅଣାଯାଇଥିଲା । ଗତକାଲି ସନ୍ଧ୍ୟାରେ ସେ ବାଲକୋନୀରୁ ତଳକୁ ଖସିପଡ଼ି ଗୁରୁତର ହୋଇପଡ଼ିଥିଲେ । ଏହାପରେ ଗୁରୁତର ଅବସ୍ଥାରେ ଜେଲ୍ କର୍ମଚାରୀ ତାଙ୍କୁ ବାଣପୁର ଡାକ୍ତରଖାନା ନେବା ସମୟରେ ରାସ୍ତାରେ ତାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି ।
ତେବେ ଶବୁନ କିପରି ଖସିଲେ ଓ ମୃତ୍ୟୁର ଅସଲ କାରଣ କ’ଣ, ସେନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନଥିବାବେଳେ ବାଣପୁର ଥାନାରେ ଜେଲ୍ କର୍ତ୍ତୃପକ୍ଷ ଏକ ଏତଲା ଦେଇଛନ୍ତି। ପୁଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।