ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା-ଧର୍ମଗଡ଼ ମୁଖ୍ୟ ରାସ୍ତାର ଖାଲିଆକାନି ନିକଟରେ କୌଣସି ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଦୁର୍ଜନ ମାଝି। ତାଙ୍କ ଘର ନକଟିକାନି ଗ୍ରାମ ପଞ୍ଚାୟତର ଅମୁର୍ଲାପଦର ଦରଲୀପଡ଼ା ଗାଁରେ।
ଗତକାଲି ରାତି ପ୍ରାୟ ୧୦ଟା ବେଳେ ଏ ଘଟଣା ଘଟିଥିବା କୁହାଯାଉଛି। ଦୁର୍ଜନ ଚାଲି ଚାଲି ଯାଉଥିବା ବେଳେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିବା କୁହାଯାଉଛି। ଆଜି ସକାଳେ ସ୍ଥାନୀୟ ଲୋକେ ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖି ପୁଲିସ୍କୁ ଖବର ଦେଇଥିଲେ। ଗୋଲାମୁଣ୍ଡା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।