ପଦ୍ମପୁର(ସୋମେଶ ଚନ୍ଦ୍ର ମହାନ୍ତି): କଲେଜ ଯିବାକୁ ବସ୍ ଅପେକ୍ଷାରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଜଣେ ବ୍ୟକ୍ତିଙ୍କ ଉପରେ ଚଢ଼ିଗଲା ବସ୍। ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡର କେରମେଲାବାହାଲ ଛକରେ ଆଜି ସକାଳେ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକଙ୍କ ନାଁ ଧବଳେଶ୍ୱର ସାହା (୩୫)। ତାଙ୍କ ଘର ଖଣ୍ଡିଝରଣ ଗାଁରେ। ସେ ମାଣ୍ଡୋସିଲ ମହାବିଦ୍ୟାଳୟରେ ଇଂରାଜୀ ଅଧ୍ୟାପକ ଥିଲେ।
ଆଜି ସକାଳ ପ୍ରାୟ ସାଢ଼େ ଆଠଟା ବେଳେ ଧବଳେଶ୍ୱର ବସ୍ ଅପେକ୍ଷାରେ ଛିଡ଼ା ହୋଇଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ‘ଗୌରବ’ ନାମକ ବସ୍ ତାଙ୍କ ଉପରେ ଚଢ଼ି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଦୁର୍ଘଟଣା ପରେ ବସ୍ ସହ ଡ୍ରାଇଭର ପାଇକମାଲ ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଛନ୍ତି। ଏଥିଯୋଗୁ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।