ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ଆରମ୍ଭ ହେବା ଦିନଠୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ଯାଇ ରାଜ୍ୟ ସରକାର ଲକ୍ଡାଉନ୍, ଶଟଡାଉନ୍ କଟକଣାକୁ ଆପଣାଇଲେ। ଏହା ଫଳରେ ଲୋକେ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ିଲା। ଫଳସ୍ୱରୂପ ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ଆଶାତୀତ ଭାବେ ହ୍ରାସ ପାଇଛି।
ଗତ ଏପ୍ରିଲରୁ ଜୁଲାଇ ମଧ୍ୟରେ ୪ ମାସ ଲକ୍ଡାଉନ୍ ଯୋଗୁଁ ରାଜ୍ୟରେ ୪୩. ୫ ପ୍ରତିଶତ କମିଛି ଦୁର୍ଘଟଣାଜନିତ ମୃତ୍ୟୁ । ଏହାବ୍ୟତୀତ ଜାନୁଆରୀରୁ ଜୁଲାଇ ପର୍ଯ୍ୟନ୍ତ ୭ ମାସ ଭିତରେ ୩୦ ପ୍ରତିଶତ କମିଛି ଏହି ସଂଖ୍ୟା।
୨୦୧୯ରେ ଏପ୍ରିଲରୁ ଜୁଲାଇ ମଧ୍ୟରେ ଦୁର୍ଘଟଣାରେ ରାଜ୍ୟରେ ୧, ୮୫୩ ଜଣଙ୍କର ମୃତ୍ୟୁ ଘଟିଥିଲା । ମାତ୍ର ଚଳିତ ବର୍ଷ ଏପ୍ରିଲରୁ ଜୁଲାଇ ୨୦୨୦ ଭିତରେ ରାଜ୍ୟରେ ୧ ହଜାର ୪୮ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଏପ୍ରିଲ ମାସରେ ୭୪% କମିଥିବା ବେଳେ ମେ ମାସରେ ୪୨%, ଜୁନ୍ରେ ୧୮% ଏବଂ ଜୁଲାଇରେ ୧୯% ଖସିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।