‘ଗଣମାଧ୍ୟମ ପ୍ରତିନିଧିଙ୍କୁ ଦିଆଯାଉ କରୋନା ଟିକା’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଣମାଧ୍ୟମ ପ୍ରତିନିଧିଙ୍କୁ କରୋନା ଟିକା ଦିଆଯାଉ। ଉଭୟ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀଙ୍କୁ ଏଥିରେ ସାମିଲ୍‌ କରାଯାଉ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି କରିଛନ୍ତି ସ୍ୱାସ୍ଥ୍ୟ ACS ପ୍ରଦୀପ୍ତ ମହାପାତ୍ର।

ଏଥିସହ ବିଦ୍ୟୁତ, ଜଳଯୋଗାଣ, ଏୟାରପୋର୍ଟ, ରେଲୱେ, ବନ୍ଦରରେ କାର୍ଯ୍ୟରତ କର୍ମଚାରୀଙ୍କୁ ମଧ୍ୟ କରୋନା ଟିକା ମିଳୁ। ସେହିପରି ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ସେବାୟତଙ୍କୁ ଟିକା ଦେବାକୁ ଚିଠି କରିଛନ୍ତି ସ୍ୱାସ୍ଥ୍ୟ ACS ପ୍ରଦୀପ୍ତ ମହାପାତ୍ର।

ଜାନୁଆରୀ ୧୬ ତାରିଖରେ ଭାରତରେ ଟିକାକରଣ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ କରୋନା ଯୋଦ୍ଧାଙ୍କୁ ଟିକା ଦିଆଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଇଥିଲା।

ଏବେ ବୃଦ୍ଧ, ବୃଦ୍ଧା ଓ ରୋଗାଗ୍ରସ୍ତ ଲୋକଙ୍କୁ ଟିକା ଦିଆ ଯାଉଛି। ମଙ୍ଗଳବାର ଗୋଟିଏ ଦିନରେ ୧ ଲକ୍ଷ ୨୧ ହଜାର ୫୭୨ ଜଣଙ୍କୁ ଟିକା ଦିଆଯାଇଛି।

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।