କୁଚିଣ୍ଡା (ଓଡ଼ିଶା ରିପୋର୍ଟର): ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଅତିରିକ୍ତ ତହସିଲଦାର ସାରଦା ମହାରଣା। ଜଣେ ବ୍ୟକ୍ତିଙ୍କ ଜବତ ଗାଡ଼ି ଉପରେ ପଡ଼ିଥିବା ଜୋରିମାନା ଅର୍ଥକୁ ହ୍ରାସ କରିବା ପାଇଁ ଆଜି ସନ୍ଧ୍ୟାରେ ୧ ଲକ୍ଷ ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସର ଏକ ଆଠ ଜଣିଆ ଟିମ୍ ତାଙ୍କୁ ଧରିଛନ୍ତି। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।
ଏହା ପରେ ଅତିରିକ୍ତ ତହସିଲଦାରଙ୍କ କୁଚିଣ୍ଡା ସ୍ଥିତ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେଠାରେ ଚଢ଼ାଉ ବେଳେ ୩ ଲକ୍ଷ ୩ ହଜାର ୬୧୦ ଟଙ୍କା ଜବତ କରାଯାଇଛି। ଏନେଇ ସମ୍ବଲପୁର ଭିଜିଲାନ୍ସ ପକ୍ଷରୁ ତାଙ୍କ ନାଁରେ ମାମଲା ରୁଜୁ କରାଯାଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି।
ଅନ୍ୟପକ୍ଷରେ ଅତିରିକ୍ତ ତହସିଲଦାର ସାରଦା ମହାରଣା କହିଛନ୍ତି ଯେ ତାଙ୍କ ଉପରେ ରାଗ ରଖି ଏପରି କରାଯାଇଛି। ସେ ବାରମ୍ବାର ଏ ଅଞ୍ଚଳରେ ଚଢ଼ାଉ କରୁଥିବା ଯୋଗୁ ଷଡ଼ଯନ୍ତ୍ର କରି ତାଙ୍କୁ ଭିଜିଲାନ୍ସ ଜାଲରେ ଫସାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।