ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ନିଲମ୍ବିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ଓଏଏସ୍ ଅଧିକାରୀ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଅବଦୁଲ ଅଲିମ୍ ଖାନଙ୍କୁ ଚାକିରିରୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ସନ୍ଧ୍ୟାରେ ଜାରି ସୂଚନା ଅନୁସାରେ ଅତିରିକ୍ତ ସଚିବ ଅଲିମ୍ ଖାନଙ୍କୁ ପ୍ରଶାସନିକ କାରଣରୁ ସରକାରୀ ଚାକିରିରୁ ନିଲମ୍ବନ କରାଯାଇଛି। ତେବେ କେଉଁ କାରଣ ପାଇଁ ତାଙ୍କ ବିରୋଧରେ ଏଭଳି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ […]

healthcare

Manoranjan Sial
  • Published: Wednesday, 24 July 2019
  • , Updated: 24 July 2019, 10:31 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ଓଏଏସ୍ ଅଧିକାରୀ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଅବଦୁଲ ଅଲିମ୍ ଖାନଙ୍କୁ ଚାକିରିରୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ସନ୍ଧ୍ୟାରେ ଜାରି ସୂଚନା ଅନୁସାରେ ଅତିରିକ୍ତ ସଚିବ ଅଲିମ୍ ଖାନଙ୍କୁ ପ୍ରଶାସନିକ କାରଣରୁ ସରକାରୀ ଚାକିରିରୁ ନିଲମ୍ବନ କରାଯାଇଛି। ତେବେ କେଉଁ କାରଣ ପାଇଁ ତାଙ୍କ ବିରୋଧରେ ଏଭଳି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇନି।

ସୂଚନାଯୋଗ୍ୟ ଯେ, ଓଏଏସ୍ ଅଲିମ୍ ଖାନ୍ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ ଯୋଗ ଦେବା ପୂର୍ବରୁ ବାଲେଶ୍ୱର ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଓ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ।

Related story