ACP
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଲିସ କମ୍ୟୁନିକେସନର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ତ୍ରିନାଥ ଏବେ ଜେଲରେ ଅଛନ୍ତି।
ଫେବ୍ରୁଆରୀ ୧୫ତାରିଖରେ ତ୍ରିନାଥ ମିଶ୍ରଙ୍କ କଟକ ତୁଳସୀପୁର ଅଫିସ୍ ଓ ସରକାରୀ ବାସଭବନ ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ତ୍ରିନାଥଙ୍କର ମୋଟ ୧୧ କୋଟି ୨ ଲକ୍ଷ ଟଙ୍କାର ସଂପତ୍ତି ଠାବ ହୋଇଥିଲା। ସେଥିରୁ ୮ କୋଟି ୬୧ ଲକ୍ଷ ଆୟ ବହିର୍ଭୂତ।
ତାଙ୍କ ଠାରୁ ୧ କୋଟି ୧୦ ଲକ୍ଷ ଟଙ୍କାର ଏକ ବିଏମଡବ୍ଲ୍ୟୁ କାର୍ ଜବତ କରାଯାଇଥିଲା। ଏହା ସହିତ ୧୭ ଲକ୍ଷର ହୁଣ୍ଡାଇ କ୍ରେଟା କାର୍, ମାରୁତି ବାଲେନୋ କାର୍, ସେଭ୍ରୋଲେ ଟ୍ରେଲବ୍ଲେଜର କାର୍ ଏବଂ ୫.୩ ଲକ୍ଷର GTR 250 ହୋସୁଙ୍ଗ ବାଇକ, ୧ ଲକ୍ଷ ୭୫ ହଜାର ମୂଲ୍ୟର ବୁଲେଟ ଓ ୨୦ ଲକ୍ଷ ଟଙ୍କାର ଟ୍ରମ୍ଫ ରକେଟ ବାଇକ୍ ଜବତ କରାଯାଇଥିଲା। ଏହାସହ ତ୍ରିନାଥଙ୍କ ପତ୍ନୀ ଦୀପ୍ତିମୟୀଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଥିଲା। ଦୀପ୍ତିମୟୀ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ଜଣାଯାଇଛି।
ଆଉ ଦୁଇ ମାସ ପରେ ଅବସର ନେଇଥାନ୍ତେ ତ୍ରିନାଥ ମିଶ୍ର ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/02/asp-1.jpeg)