ଶ୍ରୀଜିଉ ଅଧରପଣା ନୀତି ସମ୍ପନ୍ନ, କାଲି ନୀଳାଦ୍ରି ବିଜେ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ଶ୍ରୀଜିଉଙ୍କ ଅଧରପଣା ନୀତି। ତିନି ରଥ ଉପରେ ବିରାଜମାନ କରୁଥିବା ବଳଭଦ୍ର, ସୁଭଦ୍ରା ଓ ଜଗନ୍ନାଥଙ୍କ ବିଗ୍ରହ ସାମ୍ନାରେ ଏହି ନୀତି ସମ୍ପନ୍ନ ହୋଇଛି। ତିନି ଠାକୁରଙ୍କ ଅଧର ବ ଓଠ ଉଚ୍ଚର ଏବଂ କୁମ୍ବ ଆକୃତିର ୯ଟି ମାଟି ପାତ୍ରରେ ଦିବ୍ୟ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା। ପରେ ଏହି ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା। ଶ୍ରୀଜିଉଙ୍କ ଘୋଷଯାତ୍ରା ବେଳେ […]

jaga1

Manoranjan Sial
  • Published: Sunday, 14 July 2019
  • , Updated: 14 July 2019, 10:08 PM IST

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ଶ୍ରୀଜିଉଙ୍କ ଅଧରପଣା ନୀତି। ତିନି ରଥ ଉପରେ ବିରାଜମାନ କରୁଥିବା ବଳଭଦ୍ର, ସୁଭଦ୍ରା ଓ ଜଗନ୍ନାଥଙ୍କ ବିଗ୍ରହ ସାମ୍ନାରେ ଏହି ନୀତି ସମ୍ପନ୍ନ ହୋଇଛି। ତିନି ଠାକୁରଙ୍କ ଅଧର ବ ଓଠ ଉଚ୍ଚର ଏବଂ କୁମ୍ବ ଆକୃତିର ୯ଟି ମାଟି ପାତ୍ରରେ ଦିବ୍ୟ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା।

ପରେ ଏହି ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା। ଶ୍ରୀଜିଉଙ୍କ ଘୋଷଯାତ୍ରା ବେଳେ ରଥରେ ରହୁଥିବା ପାର୍ଶ୍ୱ ଦେବଦେବୀ ଓ ଚଣ୍ଡି-ଚାମୁଣ୍ଡା ଓ ଅଶରୀରୀଙ୍କ ଉଦ୍ଦେଶ୍ୟର ଏହି ପଣା ଅର୍ପଣ କରାଯାଇଥିଲା। ମହାପ୍ରଭୁଙ୍କ ଏହି ନୀତି ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥିଲା। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ଆସନ୍ତାକାଲି ଚତୁର୍ଦ୍ଧାମୁରତୀଙ୍କ ନବ ଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ। ଭାଇ ଓ ଭଉଣୀଙ୍କୁ ଧରି ନୀଳକନ୍ଦରକୁ ଫେରିବେ ମହାପ୍ରଭୁ।

Related story