ସରିଲା ମହାପ୍ରଭୁଙ୍କ ଅଧରପଣା ନୀତି

ପୁରୀ(ଓଡ଼ିଶା ରିପୋର୍ଟର): ସରିଲା ଶ୍ରୀଜୀଉଙ୍କ ଅଧରପଣା ନୀତି। ରଥାରୁଢ଼ ତିନି ଠାକୁରଙ୍କ ତିନି ରଥରେ ଆଜି ଅଧରପଣା ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଓଠ ଉଚ୍ଚର ୩ଟି ଲେଖାଏଁ ୯ଟି ମାଟି ପାତ୍ରରେ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା। ପରମ୍ପରା ଅନୁସାରେ କ୍ଷୀର, ସର, ଛେନା, କଦଳୀ ସହ ଅନ୍ୟ ସୁବାସିତ ଦ୍ରବ୍ୟରେ ପ୍ରସ୍ତୁତ ଏହି ଦିବ୍ୟ ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା। ରଥରେ ଥିବା ପାର୍ଶ୍ୱ ଦେବାଦେବୀ ଓ […]

puri

puri

Manoranjan Sial
  • Published: Friday, 03 July 2020
  • Updated: 03 July 2020, 09:39 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ସରିଲା ଶ୍ରୀଜୀଉଙ୍କ ଅଧରପଣା ନୀତି। ରଥାରୁଢ଼ ତିନି ଠାକୁରଙ୍କ ତିନି ରଥରେ ଆଜି ଅଧରପଣା ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଓଠ ଉଚ୍ଚର ୩ଟି ଲେଖାଏଁ ୯ଟି ମାଟି ପାତ୍ରରେ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା। ପରମ୍ପରା ଅନୁସାରେ କ୍ଷୀର, ସର, ଛେନା, କଦଳୀ ସହ ଅନ୍ୟ ସୁବାସିତ ଦ୍ରବ୍ୟରେ ପ୍ରସ୍ତୁତ ଏହି ଦିବ୍ୟ ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା।

ରଥରେ ଥିବା ପାର୍ଶ୍ୱ ଦେବାଦେବୀ ଓ ଚଣ୍ଡି-ଚାମଣ୍ଡାଙ୍କ ଉଦ୍ଦେଶ୍ୟର ଅର୍ପଣ କରାଯାଉଥିବାରୁ ଏମାନେ ଏହି ବିଦ୍ୟ ପଣା ପାଇ ତୃପ୍ତ ହେଉଥିବା ବିଶ୍ୱାସ ରହିଛି। ଆସନ୍ତାକାଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ନବ ଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos