ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ, ଭୁବନେଶ୍ୱରକୁ ବାହାର ଜିଲ୍ଲାର ରୋଗୀଙ୍କୁ ବ୍ୟାନ୍ ଚର୍ଚ୍ଚା ପ୍ରସଙ୍ଗ । ବ୍ୟାନ୍ କରାଯାଇନଥିବା ନେଇ ଆଉ ଥରେ ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ । ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା । କୌଣସି ଗୁରୁତର ରୋଗୀଙ୍କୁ କଟକ, ଭୁବନେଶ୍ୱରରେ ଚିକିତ୍ସା ମନା ନାହିଁ ।
କଟକ, ଭୁବନେଶ୍ୱରରେ ସର୍ବୋତ୍କୃଷ୍ଟ ଚିକିତ୍ସା ସୁବିଧା ଉପଲବ୍ଧ ହୋଇଥାଏ ।ଏଠାରେ ଚିକିତ୍ସା ହେବା ପାଇଁ ସମସ୍ତଙ୍କର ସଂପୂର୍ଣ୍ଣ ଅଧିକାର ରହିଛି । କେବଳ ରୋଗୀଙ୍କୁ ଆଣିବା ବେଳେ ଆବଶ୍ୟକ ଯତ୍ନ ପାଇଁ କୁହାଯାଇଛି ।ସମସ୍ତ ଆନୁଷଙ୍ଗିକ ସୁବିଧା, ଅକ୍ସିଜେନ ବ୍ୟବସ୍ଥା ଥାଇ ପଠାଇବାକୁ କୁହାଯାଇଛି । ଅନେକ କ୍ଷେତ୍ରରେ ଆବଶ୍ୟକ ସୁବିଧା ନଥାଇ ଆ ସୁଥିବା ରୋଗୀଙ୍କ ମୃତ୍ୟୁ ଘଟୁଛି । ଏସବୁକୁ ଦୂରେଇବା ପାଇଁ ଏପରି ନିର୍ଦ୍ଦେଶନାମା ଜାରି ହୋଇଛି ବୋଲି ପ୍ରଦୀପ୍ତ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।