ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ୩ ସହଯୋଗୀଙ୍କ ସରିଲା ଲାଇ ଡିଟେକସନ ଟେଷ୍ଟ। ପପୁ, ବିକାଶ, ଦୀପକଙ୍କର ଭୁବନେଶ୍ୱର ଫୋରେନସିକ୍ ଲ୍ୟାବରେ ଟେଷ୍ଟ ଶେଷ ହୋଇଛି। ଏହି ୩ ସହଯୋଗୀଙ୍କୁ ୮୦ରୁ ଊର୍ଦ୍ଧ୍ୱ ପ୍ରଶ୍ନ ପଚରା ଯାଇଥିବା ସୂଚନା ମିଳିଛି।
ଆଦିତ୍ୟ ଦାଶ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ଏହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଏହାର ଖିଅ ଖୋଜିବା ପାଇଁ କ୍ରାଇମ୍ବ୍ରାଞ୍ଚ ଗୁଡ଼ାଇ ତୁଡ଼ାଇ ଘଟଣାର ତଦନ୍ତ କରୁଛି। ଏହି ମାମଲାରେ ଗତକାଲି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିବା ବେଳେ ଆଜି ଆଦିତ୍ୟଙ୍କ ୩ ସହଯୋଗୀ ପପୁ, ବିକାଶ, ଦୀପୁଙ୍କର ଏହି ଟେଷ୍ଟ କରାଯାଇଛି।
ଭୁବନେଶ୍ୱର ଫରେନସିକ୍ ଲ୍ୟାବରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ ସରିଛି। ଅନ୍ୟପଟେ ଏହି ମାମଲାରେ ଆଦିତ୍ୟଙ୍କ ବାପା, ମାଆ ଓ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।