ପାଟଣାଗଡ଼ ବିଧାୟକଙ୍କ ଗିରଫ ଦାବିରେ କାଲିଠୁ ଆନ୍ଦୋଳନ, ୨୬ରେ ବିଧାନସଭା ଘେରାଉ

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ପାଟଣାଗଡ଼ ପୂର୍ତ୍ତ ବିଭାଗ ଜେଇ ଜୟକାନ୍ତ ଶବରଙ୍କୁ ଉଠ୍‌ବସ୍ ଘଟଣାରେ ଏଯାଏ ବିଧାୟକ ସରୋଜ ମେହେରଙ୍କ ବିରୋଧରେ ପୁଲିସ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିବା ବେଳେ ଆସନ୍ତାକାଲିଠାରୁ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ। ସଂଘ ପକ୍ଷରୁ କାଲିଠାରୁ ଜିଲ୍ଲାର ସବୁ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ। ୨୧ ତାରିଖରେ ସଂଘ ପାଟଣାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବ। ଏସବୁ ସତ୍ତ୍ୱେ ବିଧାୟକଙ୍କୁ ଗିରଫ […]

adivasi

adivasi

Jitendra Garnayak
  • Published: Sunday, 16 June 2019
  • Updated: 16 June 2019, 02:44 PM IST

Sports

Latest News

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ପାଟଣାଗଡ଼ ପୂର୍ତ୍ତ ବିଭାଗ ଜେଇ ଜୟକାନ୍ତ ଶବରଙ୍କୁ ଉଠ୍‌ବସ୍ ଘଟଣାରେ ଏଯାଏ ବିଧାୟକ ସରୋଜ ମେହେରଙ୍କ ବିରୋଧରେ ପୁଲିସ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିବା ବେଳେ ଆସନ୍ତାକାଲିଠାରୁ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ।

ସଂଘ ପକ୍ଷରୁ କାଲିଠାରୁ ଜିଲ୍ଲାର ସବୁ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ। ୨୧ ତାରିଖରେ ସଂଘ ପାଟଣାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବ। ଏସବୁ ସତ୍ତ୍ୱେ ବିଧାୟକଙ୍କୁ ଗିରଫ କରା ନଗଲେ ୨୬ ତାରିଖରେ ସଂଘ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଆଜି ସଂଘ ସଭାପତି ବ୍ରଜକିଶୋର ସିଂଭୋଇ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବିଧାୟକଙ୍କୁ ଗିରଫ କରିବା ଦାବିରେ ଗତ ୧୨ ତାରିଖରେ ସଂଘ ପକ୍ଷରୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା ଓ ତା’ସହିତ ଏକ ଦାବିପତ୍ର ଦିଆଯାଇଥିଲା। ଦୁଇ ଦିନ ମଧ୍ୟରେ ତାଙ୍କୁ ଗିରଫ କରା ନଗଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସଂଘ ସେଦିନ ଚେତାବନୀ ବି ଦେଇଥିଲା।

କ’ଣ ଥିଲା ଘଟଣା?

ବେଲପଡ଼ା ବ୍ଲକ୍ ଗମ୍ଭାରୀ ଗାଁରେ ଏକ ରାସ୍ତାକାମ ଚାଲିଥିବା ବେଳେ ଏହା ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଏ ଅଭିଯୋଗ ପାଇବା ପରେ ଜୁନ୍ ୫ ତାରିଖରେ ବିଧାୟକ ସରୋଜ ମେହେର ଉକ୍ତ ନିର୍ମାଣାଧୀନ ପିଚୁ ରାସ୍ତାର କାର୍ଯ୍ୟ ତଦାରଖ କରିବାକୁ ଯାଇଥିଲେ। ରାସ୍ତାକାମ ତଦାରଖ କରିବା ପରେ ବିଧାୟକ ସଙ୍ଗେ ସଙ୍ଗେ ଆକ୍ସନ୍ ମୋଡ୍‌କୁ ଚାଲି ଯାଇଥିଲେ। ସର୍ବସମ୍ମୁଖରେ ସେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ୫ ମିନିଟ୍‌ ମଧ୍ୟରେ ଶହେ ଥର ଉଠ୍‌ବସ୍‌ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ଉଠ୍‌ବସ୍‌ ନ ହେଲେ ଲୋକେ ମାଡ଼ମାରିବେ ବୋଲି ସେ କହୁଥିବା ଭିଡିଓରେ ଶୁଣିବାକୁ ମିଳିଥିଲା।

ଏ ଘଟଣା ନେଇ ଜେଇ ଜୟକାନ୍ତ ଶବରଙ୍କ ପତ୍ନୀ ପାଟଣାଗଡ଼ ଥାନାରେ ଏତଲା ଦେଇଥିଲେ। ପୁଲିସ୍ ଆଇପିସି ଓ ଏସ୍‌ସି ଏବଂ ଏସ୍‌ଟି ଆକ୍ଟରେ ବିଧାୟକଙ୍କ ନାଁରେ ମାମଲା ରୁଜୁ କରିଥିଲେ ବି ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନି।

ଘଟଣା ସଂପର୍କରେ ତଦନ୍ତ କରି ଉପଜିଲ୍ଲାପାଳ ତାଙ୍କ ରିପୋର୍ଟ ଜିଲ୍ଲାପାଳଙ୍କୁ ଦେଇ ସାରିଛନ୍ତି। ବିଧାୟକ ବି ନିଜ ଭୁଲ୍ କଥା ନିଜେ ସ୍ୱୀକାର କରିଛନ୍ତି। ତଥାପି ଏଯାଏ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇ ନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story