ରାଉରକେଲା (ପବନ ତିୱାରୀ): ଚଳିତବର୍ଷ ରାଉରକେଲାରେ ହେବନି ଛଟ୍ ପୂଜା। ମହାମାରୀ କରୋନାକୁ ଲକ୍ଷ୍ୟ ରଖି ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ଏହାଛଡ଼ା ନଭେମ୍ବର ୩୦ ତାରିଖ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ। ଛଟ୍ ପୂଜା ପରି ଦୀପାବଳି, କାଳିପୂଜା ଓ ଅନ୍ୟାନ୍ୟ ପର୍ବପର୍ବାଣୀ ପାଳନ ନକରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।
ରାଉରକେଲା ସହରରେ ପ୍ରତିବର୍ଷ ଛଟ୍ ପୂଜା ଧୁମ୍ଧାମରେ ପାଳିତ ହୋଇଥାଏ। କିନ୍ତୁ ଚଳିତ ବର୍ଷ ଏହି ପୂଜା ନକରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ଆଜି ରାଉରକେଲା ଏସପିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଏଡିଏମ୍, ଏସ୍ପି, ରାଉରକେଲା ତହସିଲଦାରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।