ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପ୍ରଥମ ବର୍ଷ ନାମଲେଖା ପ୍ରକ୍ରିୟା । ସାମ୍ସ ଓଡ଼ିଶା ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଜିଠୁ ଆବେଦନ କରିପାରିବେ । ଆଜି ଦିନ ୧୧ଟା ରେ www.samsodisha.gov.in ରେ ଉପଲବ୍ଧ ହେବ କମନ ଆପ୍ଲିକେସନ ଫର୍ମ ।
ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ନାମଲେଖା ପାଇଁ ଆବେଦନ କରିପାରିବେ । ଅଗଷ୍ଟ ୧୭ ତାରିଖ ଦିନ ୩ଟାରେ ପ୍ରକାଶ ପାଇବ ପ୍ରଥମ ମେରିଟ ଲିଷ୍ଟ । ପ୍ରଥମ ପର୍ଯ୍ୟାୟ ନାମଲେଖା ଅଗଷ୍ଟ ୧୯ରୁ ଆରମ୍ଭ ହୋଇ ୨୫ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଏହାପରେ ସେପ୍ଟେମ୍ବର୨ ତାରିଖରେ ପ୍ରକାଶ ପାଇବ ଦ୍ୱିତୀୟ ମେରିଟ ଲିଷ୍ଟ ।
ସେପ୍ଟେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ ହେବ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା । ସେପ୍ଟେମ୍ବର୧୩ ତାରିଖରେ ପ୍ରକାଶ ପାଇବ ସ୍ପଟ୍ ସିଲେକ୍ସନ ପାଇଁ ବଳକା ସିଟ୍ ତାଲିକା । ୧୩ ଓ ୧୪ ତାରିଖରେ ସ୍ପଟ୍ ନାମଲେଖା ପାଇଁ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ । ୧୫ ସେପ୍ଟେମ୍ବରରେ ପ୍ରକାଶ ପାଇବ ଫାଇନାଲ ମେରିଟ ଲିଷ୍ଟ । ଏହାପରେ ୧୫ ଓ ୧୬ ଦୁଇ ଦିନ ହେବ ସ୍ପଟ ଆଡ଼ମିଶନ ।
ଚଳିତ ବର୍ଷ ଠାରୁ ଯୁକ୍ତ ଦୁଇରେ ଶତ ପ୍ରତିଶତ ସିଲାବସ୍ ଆଧାରରେ ପିଲାଙ୍କ ପରୀକ୍ଷା ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନୂଆ ବିଜ୍ଞପ୍ତି ଅନୁସାରେ ୨୦୨୩ରେ ଛାତ୍ରଛାତ୍ରୀ ୧୦୦% ସିଲାବସ୍ ଅଧାରରେ ପରୀକ୍ଷା ଦେବେ । ହେଲେ ୨୦୨୨ରେ ଫେଲ୍ ହୋଇଥିବା ଛାତ୍ରଛାତ୍ରୀ ପୁରୁଣା ସିଲାବସ୍ ଅନୁସାରେ ୨୦୨୩ରେ ପରୀକ୍ଷା ଦେବେ । କରୋନା ପାଇଁ ଗତବର୍ଷ ଯୁକ୍ତ ୨ ସିଲାବସ୍କୁ ହ୍ରାସ କରାଯାଇଥିଲା । ୭୦ % ସିଲାବସରେ ପରୀକ୍ଷା ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।