ପାଣିପାଗ ବିଭାଗ ସତର୍କ କଲା: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଡିପ୍ ଡିପ୍ରେସନ୍‌ରେ ରୂପ ନେବ। ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି ରହିବ। କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁରରେ ବର୍ଷା ସମ୍ଭାବନା ରହିଛି।