ବରଗଡ଼(ଓଡ଼ିଶା ରିପୋର୍ଟର): ବରଗଡ଼ ଜିଲ୍ଲା ବରପାଲିରେ ଚାଷୀ ଆତ୍ମହତ୍ୟା ଅଭିଯୋଗ। ଜୁଲଟ୍ ଖଲିଆଟିକ୍ରା ଗାଁର ଗୋବର୍ଦ୍ଧନ ବାରିକ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ୫ ଏକର ଜମିରେ ଧାନଚାଷ କରୁଥିବା ବେଳେ ତାହା ଗତବର୍ଷ ଚକଡ଼ା ଓ ଚଳିତବର୍ଷ କାଳବୈଶାଖୀ ବର୍ଷା ଏବଂ କୁଆପଥର ମାଡ଼ ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିଲା। ତେଣୁ ଋଣ ଟଙ୍କା ଶୁଝିବା ଚିନ୍ତାରେ ସେ ଗତ ମଙ୍ଗଳବାର ବିଷ ପିଇଦେଇଥିବା ତାଙ୍କ ପରିବାର ଲୋକ କହିଛନ୍ତି। ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।