ନିଳଗିରି(ବିଶ୍ୱମ୍ବର ଦାସ): ଇଲେକ୍ଟ୍ରି ବଲ୍ ଚୋରି କରୁ କରୁ ଧରା ପଡ଼ିଗଲେ ଯୁବକ। ଗାଁ ଲୋକେ ତାଙ୍କୁ ନିସ୍ତୁକ ମାଡ଼ ମାଡ଼ିବା ସହ ଗତ ରାତିଠୁ ଦୋକାନ ଖୁଣ୍ଟରେ ବାନ୍ଧି ପକାଇଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ନ ଥିବା ବେଳେ ଘଟଣାର ସମାଧାନ ହୋଇ ନ ଥିବା ଜଣାଯାଇଛି। ଏପରି ଘଟଣା ଗତ ରାତିରେ ବାଲେଶ୍ଵରର ଜିଲା ଔପଦା ବ୍ଲକ ବାଉଁଶବଣିଆ ପଞ୍ଚୟତ ବାଉଁଶବଣିଆ ଛକରେ ଘଟିଛି।
ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ଯୁବକଜଣକ ଛକରେ ଥିବା ଦୋକାନମାନଙ୍କରେ ଲାଗିଥିବା ଇଲେକ୍ଟ୍ରି ବଲ୍ ଚୋରି କରୁଥିବା ଦେଖି ସେମାନେ ତାଙ୍କୁ କାବୁ କରି ନେଇଥିଲେ। ପରେ ତାଙ୍କୁ ଗତ ରାତିଠୁ ଏବେ ଯାଏ ଛକର ଏକ ଦୋକାନ ଖୁଣ୍ଟରେ ବାନ୍ଧି ପକାଇଛନ୍ତି। ସମ୍ପୃକ୍ତ ଯୁବକଙ୍କ ପରିବାର ଲୋକ ଖବର ପାଇ ଘଟଣା ସ୍ଥଳରେ ଘରଲୋକ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ବେଳେ ଘଟଣାର ସମାଧାନ ହୋଇ ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
Crime
ବୁର୍ଲା ଭୀମସାରରୁ ପୁଣି ନବଜାତ ଶିଶୁ ଚୋରି
ଅଜଣା ମହିଳା ଶିଶୁକୁ ଧରି ଯାଉଥିବା ଦୃଶ୍ୟ ସିସିଟିଭିରେ ହୋଇଛି କଏଦ। ଫୁଟେଜ୍ ଆଧାରରେ ମହିଳାଙ୍କୁ ଖୋଜୁଛି ପୁଲିସ।
Crime
ଖୋଲୁଛି ବାଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।