ପୁରୀ: ବ୍ରହ୍ମ ବିଭ୍ରାଟ ପ୍ରସଙ୍ଗକୁ ନେଇ ଏକ ସପ୍ତାହ ଧରି ଚାଲିଥିବା ବିଜେପିର ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଯାତ୍ରା ଆଜି ଶେଷ ହେବ। ଭୁବନେଶ୍ୱର ଉପକଣ୍ଠ ସୁଦର୍ଶନଙ୍କ ଦାରୁସ୍ଥଳ ଗଡ଼ଖୁଣ୍ଟୁଣିଆରେ ଏହି ଯାତ୍ରା ସରିବ। ଗତ ମାସ ୩୦ ତାରିଖରେ ପୁରୀରୁ ଆରମ୍ଭ ହୋଇଥିଲା ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଯାତ୍ରା । ଦଳୀୟ ନେତାମାନେ ଏହି ସମୟରେ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ନୟାଗଡ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇ ପଥପ୍ରାନ୍ତ ସଭା କରିଥିଲେ। ସାତ ଦିନରେ ବିଜେପି ନେତାମାନେ ରଥ ସହ ୧୧ ଶହ କିଲୋମିଟର ପରିକ୍ରମା କରି ବ୍ରହ୍ମ ବିଭ୍ରାଟ ପ୍ରସଙ୍ଗରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବା ଲାଗି ଉଦ୍ୟମ କରିଥିଲେ। ରଥଯାତ୍ରା ସରିବା ପରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ବିଜେପି ରାଜ୍ୟ ସରକାରଙ୍କ ବିରୋଧରେ ସ୍ୱର ଉତ୍ତୋଳନ ଜାରି ରଖିବ ବୋଲି କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।