ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ସଦର ବ୍ଲକର ପରିକ୍ଷୀ ବଜାରରେ ଚୋରି ଓ ଡକାୟତି ବଢୁଥିବା ପ୍ରତିବାଦରେ ଆଜି ସକାଳେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଥିଲା। ଫଳରେ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା।
ଗତ ରବିବାର ରାତିରେ ପରକ୍ଷୀ ବଜାରରୁ ଗୋଟିଏ ବୋଲେରୋ ଗାଡ଼ି ଚୋରି ହୋଇଥିଲା। ଏହା ପୂର୍ବରୁ ବଜାରରେ ଥିବା ଏକ ବ୍ୟାଙ୍କରୁ ଡକାୟତି ହୋଇଥିଲା। ଏମିତିକି ସେଠାରେ ଥିବା ବିଭିନ୍ନ ଦୋକାନରୁ ବାରମ୍ୱାର ଚୋରି ହୋଇଥିଲେ ମଧ୍ୟ ପୁଲିସ୍ ଅଭିଯୁକ୍ତକୁ ଧରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦ କରି ସ୍ଥାନୀୟ ଲୋକେ ଓ ଦୋକାନୀମାନେ ରାସ୍ତାରୋକ କରିଥିଲେ।
ତେବେ ଘଟଣାସ୍ଥଳରେ ବାଲେଶ୍ୱର ଡିଏସ୍ପି ପହଞ୍ଚି ସାତ ଦିନ ମଧ୍ୟରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା। ଏହାପରେ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅଫେରା ପଥରେ ଚାଲିଗଲେ ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।