ଲମତା ପୁଟ(ଜଗତଜୀବନ କଚିମ୍): ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପରେ କାର୍ଯ୍ୟରତ କର୍ମଚାରୀଙ୍କ ବାସଭବନରେ ଦୁଇ ଦିନ ହେଲା ପାଇପ୍ ପାଣି ବନ୍ଦ ହୋଇଛି। ଏହାର ପ୍ରତିବାଦ କରି ଆଜି ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପରେ କାର୍ଯ୍ୟରତ କର୍ମଚାରୀମାନେ ଏକତ୍ରିତ ହୋଇ ବିଦ୍ୟୁତ ପ୍ରକଳ୍ପର ସିଭିଲ୍ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ସେମାନଙ୍କ ଅଭିଯୋଗ ଯେ, ଦୁଇ ଦିନ ହେଲା ପାଇପ୍ ପାଣି ଆସୁ ନ ଥିବା ଯୋଗୁ ଅନେକ ସମସ୍ୟା ସୃଷ୍ଟି ହେଉଛି। କର୍ମଚାରୀମାନଙ୍କୁ ଯୋଗାଯୋଗ କଲେ ମଧ୍ୟ କୌଣସି ସଫଳ ମିଳୁନାହିଁ। କର୍ମଚାରୀମାନେ ବହୁ ସମୟରେ କାର୍ଯ୍ୟାଳୟରେ ଅନୁପସ୍ଥିତ ରହୁଛନ୍ତି। ସମସ୍ୟାର ସମାଧାନ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।