କାମାକ୍ଷାନଗର(ବିଦ୍ୟାଧର ବରାଳ): ଏଣିକି ହାତୀ ଉପଦ୍ରବରୁ ମିଳିବ ରକ୍ଷା । ହାତୀ ଉପଦ୍ରବ ରୋକିବା ପାଇଁ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ୍ ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ଐରାବତ ବସ୍ ଯୋଜନା ।
ଏହି ବସ୍ ମାଧ୍ୟମରେ ବନ କର୍ମଚାରୀ ଓ ଏଲିଫ୍ୟାଣ୍ଟ ସ୍କ୍ୱାଡ୍ ଏକାଠି ମିଶି ହାତୀଙ୍କ ଉପରେ ରଖିବେ କଡ଼ା ନଜର। ଏଥିସହ ହାତୀଙ୍କୁ ସୁରକ୍ଷା ମଧ୍ୟ ପ୍ରଦାନ କରିବେ ।
୨୧ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ଅତ୍ୟାଧୁନିକ ବସ୍ରେ ରହିଛି ଅନେକ ସୁବିଧା । ବସ୍ରେ ଚାର୍ଜିଙ୍ଗ ସିଷ୍ଟମଠାରୁ ଆରମ୍ଭ କରି ହାତୀ ଘଉଡାଇବା ପାଇଁ ସମସ୍ତ ଉପକରଣ ରହିଛି । ଫଳରେ ବନ କର୍ମଚାରୀ କୌଣସି ବି ସ୍ଥାନକୁ ଅନାୟସରେ ଯାଇ ହାତୀଙ୍କ ଗତିପଥକୁ ଲକ୍ଷ୍ୟ କରିବା ସହ ହାତୀ ଉପଦ୍ରବ ହେଉଥିବା ଅଞ୍ଚଳବାସୀଙ୍କୁ ସୁରକ୍ଷା ଦେଇପାରିବେ ।
ମହାବିରୋଡ଼ ବନଖଣ୍ଡ ଓ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରେ ଦୀର୍ଘ ଦିନ ଧରି ହାତୀ ଉପଦ୍ରବ ଲାଗି ରହିଥିବାରୁ ଏହାର ସମାଧାନ ପାଇଁ ବନ ବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ବନ ବିଭାଗର ଏଭଳି ପଦକ୍ଷେପକୁ ଅଞ୍ଚଳବାସୀ ସ୍ୱାଗତ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।