ଜଗତସିଂହପୁର: ଜଗତସିଂହପୁର ଝଙ୍କଡର ମାଆ ଶାରଳା ପୀଠରେ ବଡଠାକୁର ବଳଭଦ୍ରଙ୍କର ନିକଟରେ ଆଜି ଅଙ୍କୁରାରୋପଣ ଦାରୁ ସ୍ନାନ ବିଧି ରହିଛି। ଏହାପରେ ବିଭିନ୍ନ ପାରମ୍ପାରିକ ପୂଜାର୍ଚ୍ଚନା ସହ ଆସନ୍ତାକାଲିଠୁ ଆରମ୍ଭ ହେବ ମହାଯଜ୍ଞ। ଏହାପରେ ଦାରୁଛେଦନ କାର୍ଯ୍ୟପାଇଁ ବିଭିନ୍ନ ବିଧି ଆରମ୍ଭ ହେବ।
ଅନ୍ୟପକ୍ଷରେ ସୁଦର୍ଶନଙ୍କ ଦାରୁ ଶଗଡି ପୁରୀ ଯାତ୍ରା କରିବା ପରେ ଝଙ୍କଡରେ ପହଞ୍ଚିଛନ୍ତି ଦଇତାପତି। ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ଶ୍ରୀମନ୍ଦିର ତଢଇକରଣ ଶାରଳା ପୀଠରେ ପହଞ୍ଚି ସାରିଛନ୍ତି। ପ୍ରଶାସନ ପକ୍ଷରୁ ଶବରପଲ୍ଲୀ ଓ ଯଜ୍ଞମଣ୍ଡପର ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଏବେ ଏହିପୀଠ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲିଟିଛି । ଦାରୁ ଦର୍ଶନ ପାଇଁ ରାଜ୍ୟର କୋଣ ଅନୁକୋଣରୁ ଛୁଟି ଆସୁଛନ୍ତି ଶ୍ରଦ୍ଧାଳୁ। ଧୂପ,ଦୀପ ଓ ନୈବେଦ୍ୟରେ ମହକୁଛି ଏହି ପୀଠ।
ଦାରୁଛେଦନ ପାଇଁ ଦଇତାଙ୍କ ରହଣୀ ପାଇଁ ଶବରପଲ୍ଲୀ ଓ ଯଜ୍ଞମଣ୍ଡପ ଆଦି ମଧ୍ୟ ନିର୍ମାଣ କାର୍ଯ୍ୟ ଚାଲିଛି। ଚଳିତ ମାସ ୨୨ ଓ ୨୩ ତାରିଖରେ ଯଜ୍ଞ ହେବାପରେ ୨୪ରେ ବଡ ଠାକୁରଙ୍କ ଦାରୁଛେଦନ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Guest Column
ଗଣତାନ୍ତ୍ରିକ ପରମ୍ପରା କ୍ଷୁଣ୍ଣ ନହେଉ
ବିଧାନସଭାରେ ପ୍ରତିଦିନର କାର୍ଯ୍ୟକ୍ରମ (ରୁଲ୍ସ ଆଣ୍ଡ ବିଜିନେସ୍) ସ୍ପିକର୍ଙ୍କ ଆହ୍ୱାନକ୍ରମେ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଥାଏ। ସେଥିରେ ପ୍ରଶ୍ନ-ଉତ୍ତର କାଳ ନିର୍ଣ୍ଣିତ ହୋଇଥାଏ । ଏହାପରେ ବିଭିନ୍ନ ପ୍ରସଂଗକୁ ନେଇ ପ୍ରଶ୍ନ ଉତ୍ଥାପନ କରିବା ପାଇଁ ଜିରୋ ଆୱାର ବ୍ୟବସ୍ଥା ମଧ୍ୟ ଥାଏ। ଏହାପରେ ବିରୋଧୀ ଦଳ ରାଜ୍ୟରେ ଘଟୁଥିବା ଅନେକ ବିଶୃଙ୍ଖଳାକୁ ସାମ୍ନାକୁ ଆଣିବା ପାଇଁ ମୁଲତବୀ ପ୍ରସ୍ତାବ ମାନ ଦେଇଥାନ୍ତି । ଏହି ସମୟରେ ମଧ୍ୟ ସରକାରୀ ଦଳ ମୁଲତବୀ ପ୍ରସ୍ତାବ ଦେବାର ବ୍ୟବସ୍ଥା ରହିଛି।

Politics
ସୁଜାତାଙ୍କ ଭିଆରଏସ୍ : ପଣା ସଂକ୍ରାନ୍ତି ପରେ ଓଡ଼ିଶା ଛାଡ଼ିବେ ପାଣ୍ଡିଆନଙ୍କ ପରିବାର
୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଓଡ଼ିଶା ସରକାର ପ୍ରାୟ ୧୪ଦିନ ପକାଇ ରଖିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସୁଜାତାଙ୍କ ଆବେଦନ ଉପରେ ସରକାର ପଦକ୍ଷେପ ନେଇଥିବା ଜଣାପଡ଼ିଛି ।

Education
ଷ୍ଟାଫ୍ ସିଲେକ୍ସନ୍ କମିଶନରୁ ହଟିନି ଦୁର୍ନୀତି ଓ ଅନିୟମିତତାର ଦାଗ !
ପିଲାଙ୍କୁ ଗ୍ରେସ ମାର୍କ ଦେବା ବାହାନାରେ ଅନିୟମିତତା କରାଯାଉଥିବା ଅଭିଯୋଗ ହେଉଛି।
Guest Column
ଜନଶୃତି କ’ଣ ଇତିହାସ ?
ବହୁ ସମୟରେ ଜନଶୃତିମାନଙ୍କୁ ଇତିହାସ ବୋଲି ଆମ ସମାଜରେ ଧରିନିଆଯାଇଛି। ଏହା ଦ୍ଵାରା ଜିଜ୍ଞାସା ବଦଳରେ ଔଲକିକତାକୁ ପୀଢି ପୀଢି ଧରି ପ୍ରକୃତ ଜ୍ଞାନ ବୋଲି ଆମର ସମାଜ ଜାଣୁଛି। ଫଳରେ, ପୁରାଣକୁ ଇତିହାସ ମନେକରି ଅନେକ ମଣିଷ ଯୁକ୍ତି କରିବା ମଧ୍ୟ ମୁଁ ଶୁଣିଛି।

Politics
ତାମିଲନାଡୁରେ ନବୀନ: କ’ଣ ଲୁଚାଇବାକୁ ଚାହୁଁଛନ୍ତି ପାଣ୍ଡିଆନ?
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ସହ କୋଏମ୍ବାଟୁର ବିମାନ ବନ୍ଦରରେ ଅବତରଣ କରିଥିବାର ଭିଡିଓ ନାଟକୀୟ ଢଙ୍ଗରେ ଓଡ଼ିଶାର ଗଣମାଧ୍ୟମକୁ ବିତରଣ କରାଯାଇଛି । କିଏ ଓ କାହିଁକି ଏଭଳି କରିଛି ତାହା ଭିନ୍ନ ପ୍ରସଙ୍ଗ ହୋଇଥିବାବେଳେ ଭିଡିଓରେ ନବୀନଙ୍କ ସହ ପାଣ୍ଡିଆନ ମଧ୍ୟ ରହିଥିବା ଦେଖିବାକୁ ମିଳିଛି ।