ଭୁବନେଶ୍ୱର: ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀର ଆଜି ଦ୍ବିତୀୟ ଦିନ। ଆଜି ଏହି ବୈଠକରେ ରାଜନୈତିକ ଚିଠା ପ୍ରସ୍ତାବ ଆସିବାର କାର୍ଯ୍ୟକ୍ରମ ରହିଛି। ଏଥି ସହିତ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ରଣନୀତି ମଧ୍ୟ ପ୍ରସ୍ତୁତ ହେବ। ଖଣି ପ୍ରସଙ୍ଗ, ଆଇନ ଶୃଙ୍ଖଳା ପରିସ୍ଥିତି, ତାରା ଦତ୍ତ ଟାସ୍କ ଫେ।ର୍ସ ରିପୋର୍ଟ, ସେବାଶ୍ରମ ସ୍କୁଲଛାତ୍ରୀ ମା ହେବା ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ କିଭଳି ଟାର୍ଗେଟ ହେବେ ସେ ସମ୍ପର୍କରେ ଆଲୋଚନା ହେବ।
ଅନ୍ୟପକ୍ଷରେ,ଗତକାଲି ପ୍ରଥମ ଦିନରେ ଦୁଇ କେନ୍ଦ୍ରମନ୍ତ୍ରୀ ଓ ପ୍ରଭାରୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଥିଲା ମହାସଂପର୍କ ଅଭିଯାନ। ସଦସ୍ୟ ସଂଖ୍ୟା ୩ ଲକ୍ଷ ୬୦ ହଜାରରୁ ବଢ଼ି ଏବେ ୩୦ ଲକ୍ଷ ୫୪ ହଜାରରେ ପହଞ୍ଚିଥିବା ଦଳ ଦାବି କରିଛି। ମହାସଂପର୍କ ଅଭିଯାନରେ, ପ୍ରତି ସଦସ୍ୟଙ୍କ ଘରକୁ ଯାଇ ନେତା ଓ କର୍ମକର୍ତ୍ତା ବିଜେପି ଆଦର୍ଶର ବାର୍ତ୍ତା ଦେବେ। ଯୋଜନା ଅଛି, ତିନି ମାସରେ ସଦସ୍ୟ ସଂଖ୍ୟା ୪୦ ଲକ୍ଷ ଛୁଇଁବା ଆଶା ରଖିଛନ୍ତି ରାଜ୍ୟ ବିଜେପି ବରିଷ୍ଠ ନେତୃବୃନ୍ଦ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’