ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ କେନ୍ଦ୍ର ଜଳସମ୍ପଦ ମନ୍ତ୍ରୀ ଉମା ଭାରତୀ

ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଜଳସମ୍ପଦ ମନ୍ତ୍ରୀ ଉମା ଭାରତୀ ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହ ଦଳୀୟ ନେତା ଓ କର୍ମୀଙ୍କ ସହ ଦଳୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ଅଭିମୁଖେ ଯାତ୍ରା ସମୟରେ ରେଢ଼ାଖୋଲଠାରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ଜଳସମ୍ପଦ ମନ୍ତ୍ରୀ ବୁଧବାର ସକାଳେ ଜଳ ସମ୍ପଦ ବିଭାଗର ଅଧିକାରୀମାନଙ୍କ ସହ ହୀରାକୁଦ ଡ୍ୟାମ ପରିଦର୍ଶନ […]

uma

Rakesh Mallick
  • Published: Wednesday, 03 February 2016
  • , Updated: 03 February 2016, 02:55 AM IST

ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଜଳସମ୍ପଦ ମନ୍ତ୍ରୀ ଉମା ଭାରତୀ ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହ ଦଳୀୟ ନେତା ଓ କର୍ମୀଙ୍କ ସହ ଦଳୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ଅଭିମୁଖେ ଯାତ୍ରା ସମୟରେ ରେଢ଼ାଖୋଲଠାରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

କେନ୍ଦ୍ର ଜଳସମ୍ପଦ ମନ୍ତ୍ରୀ ବୁଧବାର ସକାଳେ ଜଳ ସମ୍ପଦ ବିଭାଗର ଅଧିକାରୀମାନଙ୍କ ସହ ହୀରାକୁଦ ଡ୍ୟାମ ପରିଦର୍ଶନ କରି ଡ୍ୟାମର ଅବସ୍ଥା ଅନୁଧ୍ୟାନ କରିବେ।

ମଙ୍ଗଳବାର ସମ୍ୱଲପୁର ସର୍କିଟ ହାଉସରେ ପହଞ୍ଚିବା ପରେ ସେଠାରୁ ଦଳୀୟ କାର୍ଯ୍ୟାଳୟକୁ ଯାଇ ଏକ କର୍ମୀ ସମାବେଶରେ ଯୋଗ ଦେଇଥିଲେ। ଏହି ଅବସରରେ ତାଙ୍କୁ ଦଳ ପକ୍ଷରୁ ସମ୍ୱର୍ଦ୍ଧନା ଦିଆଯାଇଥିଲା। ପରେ ହୋଟେଲ ହରଜିତରେ ବୁଦ୍ଧିଜୀବୀଙ୍କ ସହ ଏକ ବୈଠକରେ ଯୋଗ ଦେଇଥିଲେ।

Related story