ଭୁବନେଶ୍ୱର: ଶନିବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ଏଥିପାଇଁ ଅନୁକୂଳ ପାଗ ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି । କର୍ଣ୍ଣାଟକ, କେରଳ ଏବଂ ତାମିଲନାଡୁରେ ଗତକାଲି ଠାରୁ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ନିର୍ଧାରିତ ସମୟର ଦୁଇ ଦିନ ପୂର୍ବରୁ ଅର୍ଥାତ୍ ମେ’ ୩୦ ତାରିଖରେ ମୌସୁମୀ କେରଳ ଛୁଇଁପାରେ। ତେବେ ଏହି କାରଣରୁ ପ୍ରବଳ ବର୍ଷା ହେବ ନାହିଁ। କିଛି ଦିନ ପାଇଁ ମୌସୁମୀ ଦୁର୍ବଳ ରହିବ। ଯଦି ପରିସ୍ଥିତି ଓ ପାଗ ଅନୁକୂଳ ରହେ ତେବେ ଆସନ୍ତା ୧୦ ତାରିଖ ସୁଦ୍ଧା ମୌସୁମୀ ଓଡିଶାରେ ପହଞ୍ଚିବା ଆଶା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।