ମୁଖ୍ୟମନ୍ତ୍ରୀ ଆଜି ଦିଲ୍ଲୀ ଯିବେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ସହ ରାଜ୍ୟର ଆର୍ଥିକ ସ୍ଥିତି ସମ୍ପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ।