ଭୁବନେଶ୍ୱର: ଆଜି ପ୍ରକାଶ ପାଇପାରେ ଅଲ୍ ଇଣ୍ଡିଆ ପ୍ରି-ମେଡିକାଲ୍ ଟେଷ୍ଟ ବା ଏଆଇପିଏମଟି ରେଜଲଟ୍। ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ସର୍ବଭାରତୀୟ ସ୍ତରରେ ମୋଟ ୬ଲକ୍ଷ ୫୦ ହଜାରରୁ ଅଧିକ ପିଲା ଏହି ପରୀକ୍ଷା ଦେଇଛନ୍ତି। ଏହାମଧ୍ୟରେ ଓଡ଼ିଶାର ପରୀକ୍ଷାର୍ଥୀଙ୍କ ସଂଖ୍ୟା ରହିଛି ୩୭ ହଜାର।
ଛାତ୍ରଛାତ୍ରୀମାନେ ଏଆଇପିଏମଟିର ନିଜସ୍ୱ ବେବସାଇଟ ଡବ୍ଲୁ ଡବ୍ଲୁ ଡବ୍ଲୁ ଡଟ୍ ଏଆଇପିଏମଟି ଡଟ୍ ଏନଆଇସି ଡଟ୍ ଇନରୁ ଫଳାଫଳ ଜାଣିପାରିବେ। ଏଆଇପିଏମଟି ୨୦୧୫ ଲାଗି ଗତ ମେ ୩ ତାରିଖରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। କିନ୍ତୁ ହରିୟାଣାରେ ଆନସର୍-କି-ଲିକ୍ ହେବା ନେଇ ସୁପ୍ରିମକୋର୍ଟରେ ଅଭିଯୋଗ ହେବା ପରେ, ସର୍ବୋଚ୍ଚ କୋର୍ଟ ଏହି ପରୀକ୍ଷାକୁ ରଦ୍ଦ କରି ପୁନର୍ବାର ପରୀକ୍ଷା କରିବା ଲାଗି ସିବିଏସଇ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଗତ ଜୁଲାଇ ୨୫ ତାରିଖରେ ପୁଣି ଥରେ ଏହି ପରୀକ୍ଷା କରାଯାଇଥିଲା। ଦ୍ୱିତୀୟ ଥର ପରୀକ୍ଷାରେ ଅନିୟମିତତାକୁ ରୋକିବା ଲାଗି ସିବିଏସଇ କର୍ତ୍ତୃପକ୍ଷ କଡ଼ା ପଦକ୍ଷେପ ଗ୍ରହଣ କରିଥିଲେ। ଦ୍ୱିତୀୟ ଥର ହୋଇଥିବା ପରୀକ୍ଷା ପାଇଁ ଭୁବନେଶ୍ୱରରେ ୩୩ଟି ଏବଂ ବ୍ରହ୍ମପୁର ଓ ରାଉରକେଲାରେ ୪ଟି ଲେଖାଏଁ ସେଣ୍ଟର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।