ଆଜି ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ଜୟନ୍ତୀ

ପୁରୀ: ଆଜି ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ଜୟନ୍ତୀ। ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଉଛି। ପୁରୀ ସିଂହଦ୍ୱାର ନିକଟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପ୍ରଶାସନ ଓ ବିଭିନ୍ନ ସଂଗଠନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ଉଦ୍ଧବ ମାଝୀ, ଉପଜିଲ୍ଲାପାଳ ମଧୁସୂଦନ ଦାଶ ଓ ଲୋକସମ୍ପର୍କ ଅଧିକାରୀଙ୍କ ସମେତ ସଂସଦର ସଭାପତି କୃଷ୍ଣଜଗଦେବ ପ୍ରମୁଖ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ସଂସଦ ଏବଂ ସ୍ଥାନୀୟ ବୁଦ୍ଧିଜୀବୀଙ୍କ […]

gopa

gopa

Rakesh Mallick
  • Published: Friday, 09 October 2015
  • Updated: 09 October 2015, 05:06 AM IST

Sports

Latest News

ପୁରୀ: ଆଜି ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ଜୟନ୍ତୀ। ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଉଛି। ପୁରୀ ସିଂହଦ୍ୱାର ନିକଟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପ୍ରଶାସନ ଓ ବିଭିନ୍ନ ସଂଗଠନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ଉଦ୍ଧବ ମାଝୀ, ଉପଜିଲ୍ଲାପାଳ ମଧୁସୂଦନ ଦାଶ ଓ ଲୋକସମ୍ପର୍କ ଅଧିକାରୀଙ୍କ ସମେତ ସଂସଦର ସଭାପତି କୃଷ୍ଣଜଗଦେବ ପ୍ରମୁଖ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ସଂସଦ ଏବଂ ସ୍ଥାନୀୟ ବୁଦ୍ଧିଜୀବୀଙ୍କ ପକ୍ଷରୁ ନବକଳେବର ବେଳେ ସ୍ଥାନାନ୍ତର କରାଯାଇଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିକୁ ଉପଯୁକ୍ତ ସ୍ଥାନରେ ଅବସ୍ଥାପିତ କରିବାକୁ ଦାବି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos