ପଟ୍ଟାମୁଣ୍ଡାଇ: ଆଜିଠୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜଜନ ସମୟ ଥିବାରୁ ଗତ ତିନି ମାସ ଧରି ଭିତରକନିକା ବନ୍ଦ ରଖାଯାଇଥିଲା। ଏହି ସମୟରେ କୁମ୍ଭୀରମାନେ ଅଧିକ ହିଂସ୍ର ଆଚରଣ ପ୍ରଦର୍ଶନ କରୁଥିବାରୁ ଗତ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କୁ ଉଦ୍ୟାନ ଭିତରକୁ ଯିବାକୁ ବାରଣ କରାଯାଇଥିଲା।
ଗତ ୩ ମାସ ଭିତରେ ସ୍ଥାନୀୟ ଲୁଣା ଜଙ୍ଗଲ ଓ ନଦୀ କୂଳରେ ପ୍ରାୟ ୬୮ଟି କୁମ୍ଭୀର ବସା ଠାବ କରାଯାଇଥିଲା। କୁମ୍ଭୀର ଅଣ୍ଡା ଦେବାର ୭୫ଦିନ ପରେ ଛୁଆ ଫୁଟିବାର ନିୟମ ରହିଥିବାରୁ ପ୍ରାୟ ୯୦ଦିନର ବ୍ୟବଧାନ ପରେ ଭିତରକନିକା ପୁଣି ଖୋଲାଯାଇଥିବା ରାଜନଗର ବନ୍ୟପ୍ରାଣୀ ଡିଭିଜନ ଡିଏଫ୍ଓ ସୂଚନା ଦେଇଛନ୍ତି। ଜାନୁଆରୀ ୨୦୧୫ ସୁଦ୍ଧା ଭିତରକନିକାରେ ପ୍ରାୟ ୧ ହଜାର ୬୬୫ଟି କୁମ୍ଭୀର ରହିଥିବା ଗଣନା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।