ଆଜି ପବିତ୍ର ଅକ୍ଷୟ ତୃତୀୟା, ଅନୁକୂଳ ହେବ ରଥ କାଠ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିର ଦିବ୍ୟ ମୁହୁର୍ତ୍ତରେ ଯେ କୌଣସି କାମ କଲେ ତାହା ନିଶ୍ଚିତ ଶୁଭଫଳ ଦେଇଥାଏ ବୋଲି ବିଶ୍ୱାସ ରହିଛି ।  ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । କୃଷକମାନେ ବଡ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି । […]

akhimuthi anukala

Niharika Rout
  • Published: Tuesday, 03 May 2022
  • , Updated: 03 May 2022, 12:23 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିର ଦିବ୍ୟ ମୁହୁର୍ତ୍ତରେ ଯେ କୌଣସି କାମ କଲେ ତାହା ନିଶ୍ଚିତ ଶୁଭଫଳ ଦେଇଥାଏ ବୋଲି ବିଶ୍ୱାସ ରହିଛି ।  ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । କୃଷକମାନେ ବଡ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି । ଚାଷୀମାନେ କ୍ଷେତର ଐଶାନ୍ୟ କୋଣରେ ନୈବେଦ୍ୟ ଦେଇ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ କି  ଅକ୍ଷିମୁଠି କୁହାଯାଇଥାଏ ।

ଅକ୍ଷୟ ତୃତୀୟା ଅବସରରେ ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ ହେବ । ସକାଳ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟକୁ ଆସିବ । ଏହାପରେ ରଥଯାତ୍ରା ପାଇଁ ତିନି ଖଣ୍ଡ ଧଉରା କାଠ ଅନୁକୂଳ ହେବ । ଶ୍ରୀନହର ସମ୍ମୁଖରେ ରଥ ନିର୍ମାଣ ପାଇଁ ରଥଖଳାରେ ପ୍ରସ୍ତୁତି ସରିଛି । ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ରଥଖଳା ଉପରେ ଚାଳି ପକାଯାଇଛି।

[caption id="attachment_731700" align="aligncenter" width="650"] ପୁରୀରେ ରଥ କାଠକୁ ଶ୍ରଦ୍ଧାଳୁମାନେ ପ୍ରଣିପାଦ କରୁଛନ୍ତି।[/caption]

ରଥଯାତ୍ରା ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଛି । ଗତବର୍ଷର ବଳକା କାଠକୁ ଛାଡିଦେଲେ ଆଉ ୮୦୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ  ବର୍ତ୍ତମାନ ପର୍ଯ୍ୟନ୍ତ ୫ ଶହ ଖଣ୍ଡ କାଠ ରଥଖଳାକୁ ଆସିସାରିଛି  ।

ଗଞ୍ଜାମ ଜିଲ୍ଲା ସୋରଡ଼ା ଅଞ୍ଚଳରୁ ରଥକାଠ ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଛି । ଭକ୍ତ ଓ ଶ୍ରଦ୍ଧାଳୁମାନେ ରଥ କାଠ ଉପରେ ନୂଆ ଶାଢ଼ୀ ଆଚ୍ଛାଦିତ କରି ଶ୍ରୀକ୍ଷେତ୍ର ପଠାଇଛନ୍ତି । ବଡ଼ ଦାଣ୍ଡ ରଥଖଳାରେ ରଥକାଠ ପହଞ୍ଚିବା ପରେ ଏହାକୁ ପ୍ରଣିପାତ କରି ଆର୍ଶୀବାଦ ନେଉଛନ୍ତି ଭକ୍ତ ଓ ପର୍ଯ୍ୟଟକ  ।

Related story