ସକାଳ ୮ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୮ଟା ଯାଏ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲା।