ସବୁ କଲେଜ ଓ ବିଶ୍ୱବିଦ୍ୟାଳୟର କ୍ଲାସ୍ ଓ ପରୀକ୍ଷା ସ୍ଥଗିତ, ହଷ୍ଟେଲ ଖାଲି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବା ପରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ଓ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହାସହିତ ସମସ୍ତ ହଷ୍ଟେଲକୁ ତୁରନ୍ତ ଖାଲି କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, କଲେଜ ପ୍ରିନ୍ସିପାଲଙ୍କୁ ଏନେଇ ଅବଗତ କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଆଜି ଏହି ନିର୍ଦ୍ଦେଶନାମା ଜାରି କରି […]

Utkal University

Utkal University

Ordigital Desk
  • Published: Friday, 16 April 2021
  • Updated: 16 April 2021, 06:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବା ପରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ଓ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହାସହିତ ସମସ୍ତ ହଷ୍ଟେଲକୁ ତୁରନ୍ତ ଖାଲି କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, କଲେଜ ପ୍ରିନ୍ସିପାଲଙ୍କୁ ଏନେଇ ଅବଗତ କରାଯାଇଛି।

ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଆଜି ଏହି ନିର୍ଦ୍ଦେଶନାମା ଜାରି କରି କହିଛନ୍ତି ଯେ, ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ତଥା ରାଜ୍ୟ ସରକାର କଟକଣା ଜାରି କରିଥିବାରୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ପାଠପଢ଼ା (ଅନଲାଇନ୍ ପାଠପଢ଼ା ନୁହେଁ) ଓ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସୋମବାରଠାରୁ ଏହି ପରୀକ୍ଷା ଓ କ୍ଲାସ ସ୍ଥଗିତ ରହିବ । ସଂଶୋଧିତ ପରୀକ୍ଷା କାର୍ଯ୍ୟସୂଚୀ ପରେ କୁଳପତି ଓ ପ୍ରିନ୍ସିପାଲମାନଙ୍କ ସହ ଆଲୋଚନା ପରେ ଘୋଷଣା କରାଯିବ।

ଏହାସହିତ ହଷ୍ଟେଲଗୁଡ଼ିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଓ ୧୯ତାରିଖ ସୋମବାର ସୁଦ୍ଧା ହଷ୍ଟେଲକୁ ନିଶ୍ଚିତ ଭାବେ ଖାଲି କରିବା ବାଧ୍ୟତାମୂଳକ ହେବ। କଲେଜ ଛାତ୍ରଛାତ୍ରୀଙ୍କ ପାଠପଢ଼ାକୁ ଠିକ୍ ସମୟରେ ସାରିବା ପାଇଁ ଅନଲାଇନ୍ ମୋଡରେ କ୍ଲାସ୍ କରାଯିବ।

କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ମୋଟ କ୍ଷମତାର ସର୍ବନିମ୍ନ ୫୦ ପ୍ରତିଶତ ଅଧ୍ୟାପକ ଓ ଅଣଅଧ୍ୟାପକଙ୍କୁ ନେଇ ଆସନ୍ତା ୧୯ତାରିଖରୁ ପରିଚାଳିତ ହେବ । ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜ ପ୍ରିନ୍ସିପାଲମାନେ ଅଫିସ୍ କାର୍ଯ୍ୟ ଓ ଏକାଡେମିକ୍ କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନ ନିମନ୍ତେ କର୍ମଚାରୀମାନଙ୍କର ରୋଷ୍ଟର ଡ୍ୟୁଟି କରିବେ। ଅଧ୍ୟାପକମାନେ ନିଜର କଲେଜ ଅବା ବିଶ୍ୱବିଦ୍ୟାଳୟରୁ କିମ୍ବା ନିଜ ଘର ଅନଲାଇନରେ କ୍ଲାସ ନେଇପାରିବେ।

ଅଧ୍ୟାପକ ଓ ଅଣଅଧ୍ୟାପକ କର୍ମଚାରୀମାନଙ୍କର ରୋଷ୍ଟର ଡ୍ୟୁଟି ନଥିବାବେଳେ ସେମାନେ ନିଜ ଘରକୁ ଡ୍ୟୁଟି କରିବେ ଓ ଖବର ପାଇବା ମାତ୍ରେ ନିଜର ଅନୁଷ୍ଠାନରେ ବ୍ୟକ୍ତିଗତ ଭାବେ ଉପସ୍ଥିତ ହେବେ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଉଚ୍ଚଶିକ୍ଷା ବିଭାଗର ଏହି ନିର୍ଦ୍ଦେଶନାମା ମେଡିକାଲ କଲେଜଗୁଡ଼ିକ ପାଇଁ ଉଦ୍ଦିଷ୍ଟ ନୁହେଁ ବୋଲି କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos