କାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ୍‌ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ମଙ୍ଗଳବାରଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ। ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ […]

School

School

Manoranjan Sial
  • Published: Monday, 25 April 2022
  • Updated: 25 April 2022, 07:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ମଙ୍ଗଳବାରଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ। ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ।

ଚଳିତବର୍ଷ ସ୍କୁଲ୍‌ର ଖରାଛୁଟି ଅବଧିକୁ କମାଇ ଦେଇଥିଲେ ରାଜ୍ୟ ସରକାର। ପ୍ରତି ବର୍ଷ ଦେଢ଼ ମାସରୁ ଊର୍ଦ୍ଧ୍ୱ ଦିନ ଧରି ଖରାଛୁଟି ହେଉଥିବା ବେଳେ ଏଥର ୧୦ ଦିନରେ ସୀମିତ ରଖାଯାଇଛି। ଜୁନ୍ ୬ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଖରାଛୁଟି ଘୋଷଣା କରିବା ପାଇଁ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଯାହାକୁ କିନ୍ତୁ ଅଭିଭାବକ ଓ ଶିକ୍ଷାବିତମାନେ ବିରୋଧ କରିଥିଲେ। ଗ୍ରୀଷ୍ମ ପ୍ରବାହକୁ ଦେଖି ମେ’ ମାସରୁ ଖରା ଛୁଟି କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।

ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଆଜି ଏନେଇ ମାଧ୍ୟମିକ ଶିକ୍ଷା, ଗଣଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ବୋର୍ଡ ଅଫ ସେକେଣ୍ଡାରୀ ସଭାପତି , ସିଏଚଏସଇ ଅଧ୍ୟକ୍ଷଙ୍କୁ ଚିଠି ଲେଖି ରାଜ୍ୟରେ ହିଟ୍ ୱେଭ୍ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନ ଓ ଘରୋଇ ସ୍କୁଲ(ଉଭୟ ଓଡ଼ିଆ ଓ ଇଂରାଜୀ ମିଡିୟମ)ର ସମସ୍ତ କ୍ଲାସକୁ ୨୬ରୁ ୩୦ତାରିଖ ପର୍ଯ୍ୟନ୍ତ ଅସ୍ଥାୟୀ ଭାବେ ନିଲମ୍ବନ କରିଛନ୍ତି ।
ସୂଚନାଯୋଗ୍ୟ, ଏବେ ରାଜ୍ୟରେ ବିଶେଷକରି ଭୁବନେଶ୍ୱର ସମେତ ରାଜ୍ୟର ସବୁ ଭାଗରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ସହ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଖରା ତାତିକୁ ଦୃଷ୍ଟିରେ ରଖି ବିଭିନ୍ନ ମହଲରୁ ସ୍କୁଲଗୁଡ଼ିକୁ ଛୁଟି କରିବା ନିମନ୍ତେ ଦାବି ହେଉଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos