ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ । ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ ଟେଷ୍ଟ ହେବ। ଏହି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
ବିଧାୟକଙ୍କ ଆଣ୍ଟିଜେନ ଟେଷ୍ଟ କରି ଦୁଇ ଘଣ୍ଟା ଭିତରେ ଦିଆଯିବ ରିପୋର୍ଟ । ଯାହାର ନେଗେଟିଭ ରିପୋର୍ଟ ଆସିବ, କେବଳ ସେମାନଙ୍କୁ ବିଧାନସଭା ଭିତରକୁ ପ୍ରବେଶ ଅନୁମତି ଦିଆଯିବ। କେବଳ ସେମାନେ ହିଁ ଗୃହ କାର୍ଯ୍ୟରେ ଭାଗ ନେଇପାରିବେ।
ସୂଚନାଯୋଗ୍ୟ, ବିଭିନ୍ନ ରାଜ୍ୟରେ କରୋନ କୋପ ପୁଣି ଥରେ ଲେଉଟିଥିବା ବେଳେ ରାଜ୍ୟ ସରକାର ଏଥିନିମନ୍ତେ ସତର୍କତାମୂଳକ ଗାଇଡଲାନ୍ ଜାରି କରି ସାରିଲେଣି। ପୁଣି ଥରେ ଯେପରି କରୋନା ଗ୍ରାଫ ଉପରମୁହାଁ ନ ହୁଏ ସେଥିନିମନ୍ତେ ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରାଯାଉଛି। ଆଗକୁ ଜାଗର ଥିବା ବେଳେ ବହୁ ଲୋକଙ୍କ ସମାଗମ ତଥା ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଛି।
ସେହିପରି ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାରୁ ଏପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।