୧୩ ଓ ୧୪ରେ ପ୍ରବଳ ବର୍ଷିବ, ଜିଲ୍ଲାପାଳଙ୍କୁ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଲଘୁଚାପ ଯୋର୍ଗୁ ଓଡ଼ିଶାରେ ଆସନ୍ତା ୧୩ ଓ ୧୪ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆଲର୍ଟ ଜାରି କରିଛନ୍ତି। ଏହାସହିତ ଜିଲ୍ଲାସ୍ତରରେ ଜରୁରୀକାଳୀନ କେନ୍ଦ୍ରକୁ ୨୪ଘଣ୍ଟିଆ ଖୋଲା ରଖି ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି […]

rain-1-750x430

rain-1-750x430

Tapas Behera
  • Published: Monday, 12 August 2019
  • Updated: 12 August 2019, 07:54 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଲଘୁଚାପ ଯୋର୍ଗୁ ଓଡ଼ିଶାରେ ଆସନ୍ତା ୧୩ ଓ ୧୪ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆଲର୍ଟ ଜାରି କରିଛନ୍ତି। ଏହାସହିତ ଜିଲ୍ଲାସ୍ତରରେ ଜରୁରୀକାଳୀନ କେନ୍ଦ୍ରକୁ ୨୪ଘଣ୍ଟିଆ ଖୋଲା ରଖି ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଲଘୁଚାପଜନିତ ବର୍ଷା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରି ଆଶ୍ରୟସ୍ଥଳୀରେ ରଖିବା, ଖାଦ୍ୟ ସାମଗ୍ରୀ ,ପାନୀୟ ଜଳ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ କରି ରଖିବାକୁ କହିଛନ୍ତି। ଜଳମଗ୍ନ ହୋଇ ପଡ଼ୁଥିବା ରାସ୍ତା ଓ ବ୍ରିଜରେ ଗାଡ଼ିମୋଟର ଚଳାଚଳ ବନ୍ଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ପାଣିପାଗ ବିଭାଗ ପକ୍ଷରୁ ଜାରି ପୂର୍ବାନୁମାନରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଆଗାମୀ ଦୁଇଦିନ ଧରି ବର୍ଷା ଲାଗି ରହିବ। ଆଜି ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଜାରି ରହିଛି। ଆସନ୍ତାକାଲି ଉତ୍ତର ଓଡ଼ିଶା ଉପକୂଳ ଓ ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସବୁ ଜିଲ୍ଲାଗୁଡ଼ିକରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୪ ତାରିଖରେ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳ ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଳ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି,ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ଯାଜପୁର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos