Advertisment

ପିପିଲି ପାଇଁ ପ୍ରସ୍ତୁତି ଶେଷ: କୋଭିଡ୍ ଲକ୍ଷଣ ଥିଲେ ବି ଦେଇପାରିବେ ଭୋଟ୍, ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ପଡ଼ିବ ଭୋଟ୍‌। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିପାରିବେ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ମୋଟ୍‌ ୨୦୧ଟି ବୁଥ୍‌କୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଥିବା ବେଳେ ଯେଉଁ ଭୋଟରଙ୍କର କୋଭିଡ୍ ଲକ୍ଷଣ ଥିବ ସେମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ସେ […]

ପିପିଲି ପାଇଁ ପ୍ରସ୍ତୁତି ଶେଷ: କୋଭିଡ୍ ଲକ୍ଷଣ ଥିଲେ ବି ଦେଇପାରିବେ ଭୋଟ୍, ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା

CEO

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ପଡ଼ିବ ଭୋଟ୍‌। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିପାରିବେ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ମୋଟ୍‌ ୨୦୧ଟି ବୁଥ୍‌କୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଥିବା ବେଳେ ଯେଉଁ ଭୋଟରଙ୍କର କୋଭିଡ୍ ଲକ୍ଷଣ ଥିବ ସେମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି, ଆଜିଠୁ ବୁଥ୍‌ ଗୁଡ଼ିକୁ ପୋଲିଂ ପାର୍ଟି ଗୁଡ଼ିକୁ ପଠାଯାଉଛି। ୩୪୮ଟି ପୋଲିଂ ପାର୍ଟି ମଧ୍ୟରୁ ୨୦୦ଟିକୁ ସେମାନଙ୍କ ବୁଥ୍‌କୁ ପଠାଯାଇ ସାରିଲାଣି। ମୋଟ ୧୪୯୦ ଜଣ କର୍ମଚାରୀଙ୍କୁ ପୋଲିଂ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଅତିରିକ୍ତ ୭୦୦ କର୍ମଚାରୀଙ୍କୁ ପ୍ରସ୍ତୁତ ରଖାଯାଇଛି। ବୁଥ୍‌ ବାହାରେ ରହି କୋଭିଡ୍ ନିୟମ ଅନୁସାରେ ସବୁ ପ୍ରସ୍ତୁତି କରିବାକୁ ସେମାନଙ୍କୁ ଦାୟିତ୍ୱ ଦିଆଯାଇଛି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଏହି ଉପନିର୍ବାଚନ ପାଇଁ ସୁରକ୍ଷା ଦୃଷ୍ଟିରୁ ପୁଲିସ୍‌ର ବି ବ୍ୟାପକ ବ୍ୟବସ୍ଥା କରାଯାଇଛି। ୨ ହଜାର ପୁଲିସ୍ କର୍ମଚାରୀଙ୍କୁ ଏଥିପାଇଁ ନିୟୋଜିତ କରାଯାଇଛି। ସେମାନଙ୍କ ଭିତରେ ବିଏସ୍‌ଏଫ୍‌ ୩ଟି କମ୍ପାନୀ ମଧ୍ୟ ରହିଛନ୍ତି। ପୁଲିସ୍ କର୍ମଚାରୀଙ୍କ ନେତୃତ୍ୱ ଏସ୍‌ପି ନେଉଛନ୍ତି। ତାଙ୍କୁ ଏଥିପାଇଁ ୩ ଜଣ ଅତିରିକ୍ତ ଏସ୍‌ପି ଓ ୭ ଜଣ ଡିଏସ୍‌ପି ସହଯୋଗ କରୁଛନ୍ତି।

Advertisment

ଏଥର ୨୦୧ଟି ବୁଥ୍‌କୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ଏହି ବୁଥ୍‌ ଗୁଡ଼ିକରେ ମତଦାନ ବେଳେ ଯେପରି କିଛି ଗଡ଼ବଡ଼ ନହେବ ସେଥିପାଇଁ ଅତିରିକ୍ତ ବ୍ୟବସ୍ଥା କରାଯାଇଛି। ଏହିଭଳି ପ୍ରତ୍ୟେକ ବୁଥ୍‌ରେ ଜଣେ ମାଇକ୍ରୋ ଓବ୍‌ଜରଭର କିମ୍ବା କେନ୍ଦ୍ର ଅର୍ଦ୍ଧସାମରିକ ବାହିନୀ କିମ୍ବା ୱେବ୍‌କାଷ୍ଟିଂ କିମ୍ବା ଭିଡିଓ ରେକର୍ଡିଂ ମଧ୍ୟରୁ ଗୋଟିଏ ବ୍ୟବସ୍ଥା କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ଏହି ଉପନିର୍ବାଚନ ପାଇଁ ୪୨୩ଟି ଗାଡ଼ିକୁ ନିୟୋଜିତ କରାଯାଇଛି। ପୋଲିଂ ପାର୍ଟି, ପୁଲିସ୍ ଓ ଅର୍ଦ୍ଧସାମରିକ ବାହିନୀ ପାଇଁ ଏହି ସବୁ ଗାଡ଼ିର ବ୍ୟବସ୍ଥା କରାଯାଇଛି। ଉପନିର୍ବାଚନରେ ସାମିଲ ସମସ୍ତ କର୍ମଚାରୀ ଡବଲ୍‌ ଡୋଜ୍ ନେଇଛନ୍ତି।

ଭିନ୍ନକ୍ଷମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କୁ ଘରୁ ଆଣି ପୁଣି ଘରେ ଛାଡ଼ିବା ପାଇଁ ବ୍ୟବସ୍ଥା ହୋଇଛି। ପୋଲିଂ ବୁଥ୍ ଗୁଡ଼ିକରେ ସେମାନଙ୍କ ପାଇଁ ହ୍ୱିଲ୍ ଚେୟାର ବ୍ୟବସ୍ଥା ରହିବ। ତା’ସହିତ ସ୍ୱେଚ୍ଛାସେବୀଙ୍କୁ ନିୟୋଜିତ କରାଯିବ ବୋଲି ସେ କହିଛନ୍ତି।

ମତଦାନ କେନ୍ଦ୍ରକୁ ପ୍ରବେଶ ପୂର୍ବରୁ ଭୋଟରଙ୍କୁ ହ୍ୟାଣ୍ଡଗ୍ଲୋବ୍‌ସ ଓ ମାସ୍କ ଦିଆଯିବାର ବ୍ୟବସ୍ଥା ହୋଇଛି। ସେହିଭଳି ସେମାନଙ୍କ ଶରୀରର ତାପମାତ୍ରା ବି ମପାଯିବ। କୌଣସି ଭୋଟରଙ୍କ ଶରୀରର ତାପମାତ୍ରା ସାଧାରଣରୁ ଅଧିକ ଥିଲେ ବା ସେମାନଙ୍କ ଠାରେ କୋଭିଡ୍‌ରେ ଅନ୍ୟ କୌଣସି ଲକ୍ଷଣ ଥିଲେ ସେମାନଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ। ସେମାନଙ୍କୁ ଏକ ଚିରକୁଟ୍‌ ଦେଇ ଘରକୁ ପଠାଇ ଦିଆଯିବ। ସେମାନେ ଭୋଟ୍ ଗ୍ରହଣର ଅନ୍ତିମ ୧ ଘଣ୍ଟାରେ ଆସି ସେମାନଙ୍କ ମତ ସାବ୍ୟସ୍ତ କରିପାରିବେ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ସେ କହିଛନ୍ତି, ପ୍ରତ୍ୟେକ ବୁଥ୍‌ରେ କୋଭିଡ୍ ନୋଡାଲ୍ ଷ୍ଟାଫ୍‌ଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣତଃ ଆଶା କର୍ମୀ ବା ଅଙ୍ଗନୱାଡ଼ି କର୍ମୀଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ବୁଥ୍ ଗୁଡ଼ିକରେ କୋଭିଡ୍‌ର ସବୁ ପ୍ରୋଟୋକଲକୁ ଅନୁସରଣ କରାଯାଉଛି ନାହିଁ, ତାହା ସେମାନେ ତଦାରଖ କରିବା ସହିତ ଏଥିରେ ସହଯୋଗ କରିବେ।

Pipili By-election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe