ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ଜିଲ୍ଲାର ସମସ୍ତ ସ୍କୁଲକୁ ଦୁଇ ଦିନ ପାଇଁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। ଆଜି ଓ ଆସନ୍ତାକାଲି ଦୁଇ ପାଇଁ ଛୁଟି ଘୋଷଣା କରାଯାଇଛି।
ଲଗାଣ ବର୍ଷା ଯୋଗୁ ମାଲକାନଗିରିରେ ପୁଣି ସ୍ଥିତି ବେହାଲ ହୋଇପଡ଼ିଛି। ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। କୋରକୋଣ୍ଡା, କୋକରକୁଣ୍ଡା ଓ ଏମ୍ଭି-୩୬ ପୋଲ ଉପରେ ୫ ଫୁଟର ପାଣି ଚାଲିଛି। ଫଳରେ ମାଲକାନଗିରିରୁ ବାଲିମେଳା ଓ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଲୋକେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ ସମସ୍ୟା ସୃଷ୍ଟି ହୋଇଛି।
ଗତ ୪ ଦିନ ତଳେ ମଧ୍ୟ ଲଗାଣ ବର୍ଷା ଯୋଗୁ ମାଲକାନଗିରି ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ପରେ ବର୍ଷା କମିବାରୁ ସ୍ଥିତି ସୁଧୁରିଥିଲା। ତେବେ ଗତକାଲି ରାତିରୁ ପୁଣି ଥରେ ଜୋର ବର୍ଷା ଯୋଗୁ ହଠାତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।