ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ୍‌, କଲେଜ୍ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ପରଲୋକ ଘଟିଛି। ଦିଲ୍ଲୀ ଏମ୍‌ସରେ ଅପରାହ୍ନ ୫.୦୫ ସମୟରେ ସେ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ମୃତ୍ୟୁରେ ଭାରତ ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସେହିଭଳି ଓଡ଼ିଶା ସରକାର ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ୍‌ ଓ କଲେଜଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି। ତା’ସହିତ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ବନ୍ଦ ରହିବ।  ଏନେଇ ମୁଖ୍ୟମନ୍ତ୍ରୀଙ୍କ […]

summerschool

Ordigital Desk
  • Published: Thursday, 16 August 2018
  • , Updated: 16 August 2018, 08:07 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ପରଲୋକ ଘଟିଛି। ଦିଲ୍ଲୀ ଏମ୍‌ସରେ ଅପରାହ୍ନ ୫.୦୫ ସମୟରେ ସେ ନିଃଶ୍ୱାସ ତ୍ୟାଗ କରିଥିଲେ।

ତାଙ୍କ ମୃତ୍ୟୁରେ ଭାରତ ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସେହିଭଳି ଓଡ଼ିଶା ସରକାର ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ୍‌ ଓ କଲେଜଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି। ତା’ସହିତ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ବନ୍ଦ ରହିବ।  ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ ପକ୍ଷରୁ ଘୋଷଣା କରାଯାଇଛି।

୭ ଦିନ ପର୍ଯ୍ୟନ୍ତ ସମସ୍ତ ସରକାରୀ କୋଠାବାଡ଼ିରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ତା’ସହିତ କୌଣସି ସରକାରୀ ଉତ୍ସବ ପାଳନ କରାଯିବ ନାହିଁ।

Related story