ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଆସନ୍ତାକାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। ଆଜି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଆସନ୍ତା ୨୮ ଓ ୨୯ ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ସ୍କୁଲ ବନ୍ଦ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା […]

School

Manoranjan Sial
  • Published: Thursday, 25 March 2021
  • , Updated: 25 March 2021, 08:59 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଆସନ୍ତାକାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। ଆଜି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି।

ଅନ୍ୟପକ୍ଷରେ ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଆସନ୍ତା ୨୮ ଓ ୨୯ ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ସ୍କୁଲ ବନ୍ଦ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।

ସୂଚନାରୁ ପ୍ରକାଶ, ମହାମାରୀ କରୋନା ପାଇଁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। କରୋନାର କୋପ କମିବା ପରେ ରାଜ୍ୟ ସରକାର ପର୍ଯ୍ୟାୟ କ୍ରମେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ସହ ମହାବିଦ୍ୟାଳୟ ଏବଂ ଇଞ୍ଜିନିୟରିଂ କଲେଜ ଗୁଡ଼ିକୁ ଖୋଲିଥିଲେ। କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ପିଲାମାନେ ପାଠ ପଢୁଛନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକ ସାନିଟାଇଟାଇଜ‌ ଓ ମାସ୍କ ନିୟମକୁ କଡ଼ାକଡ଼ି କରାଯାଇଛି। ସ୍କୁଲ୍‌ ଗୁଡ଼ିକରେ ରବିବାର ମଧ୍ୟ ପାଠପଢ଼ା ହେଉଛି। କେବଳ ପାଳନ ହେଉଥିବା ଉତ୍ସବ ଦିବସ ଗୁଡ଼ିକରେ ସ୍କୁଲ ଛୁଟି ରହିବ ବୋଲି ନିର୍ଦ୍ଦେଶ ରହିଛି।

 

Related story