ପୁରୀ (ଓଡ଼ିଶା ରିପୋର୍ଟର): ଦିନକ ପରେ ଦେବସ୍ନାନ ପୂର୍ଣ୍ଣମୀ। ସ୍ନାନବେଦିରେ ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜୀଉ। ପରମ୍ପରା ଅନୁସାରେ ଆଜି ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରେ ଦଇତାଙ୍କ ପ୍ରବେଶ ହୋଇଛି। ଆଜି ବିଳମ୍ବିତ ରାତିରୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନୀତି ଆରମ୍ଭ ହେବା ପରେ ସକାଳୁ ସେନାପଟା ଲାଗି କରାଯିବ। ଏହା ଗୁପ୍ତ ସେବା ହୋଇଥିବାରୁ ଆସନ୍ତାକାଲି ଅପରାହ୍ନ ୨ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିବ।
ଦେବସ୍ନାନ ପୂର୍ଣ୍ଣମୀରେ ଠାକୁରମାନେ ଅତ୍ୟଧିକ ସ୍ନାନ କରି ଜ୍ୱରରେ ପୀଡ଼ିତ ହେବା ସମୟରେ ଠାକୁରଙ୍କ ଜ୍ୱର ଉପଶମ ଲାଗି ନୀତିକାନ୍ତିରେ ଲାଗିବେ ଦଇତାପତି ସେବାୟତ। ଜ୍ୱର ଭଲ ହେବା ପରେ ନବଯୌବନ ଦର୍ଶନ ଦେଇ ପରଦିନ ଘୋଷଯାତ୍ରାରେ ବାହାରିବେ ଚତୁର୍ଦ୍ଧାମୂରତି।
ସେପଟେ ରଥଖଳାରେ ରଥକାମ ମଧ୍ୟ ଦୃତଗତିରେ ଆଗେଇ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।