ସମ୍ୱଲପୁର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୧୯ ତାରିଖ ଯାଏ ଭିମ୍ସାର (ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ)ର ସମସ୍ତ ବିଭାଗର ଓପିଡି ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।
ଏହି ନିଷ୍ପତ୍ତି ଅନୁଯାୟୀ, ମେଡିକାଲରେ କେବଳ କାଜୁଆଲିଟି ଓ ଏମର୍ଜେନ୍ସୀ ବିଭାଗ ଖୋଲା ରହିବ। ରୁଟିନ୍ ସର୍ଜରୀ ବନ୍ଦ ରହିବ। ରେଫେରାଲ ରୋଗୀଙ୍କୁ ଅନୁମତି ମିଳିବ।
ଭିମସାର ଭଳି ସେହିପରି ବୁର୍ଲା ସ୍ଥିତ ଭିସୁଟ୍ (ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି)କୁ ମଧ୍ୟ ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାପାଳ ବନ୍ଦ ଘୋଷଣା କରିଛନ୍ତି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।
ସୂଚନାଯୋଗ୍ୟ, ସମ୍ୱଲପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫ରେ ପହଞ୍ଚିଛି। ବିଭିନ୍ନ କୋଭିଡ୍ ଡାକ୍ତରଖାନାରେ ୧୫ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ୧୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।