ପୁରୀ(ଓଡ଼ିଶା ରିପୋର୍ଟର): ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଗତକାଲି ହେରାପଞ୍ଚମୀ ନୀତି ସମାପ୍ତ ପରେ ଆଜିଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।
ଆଜି ସକାଳ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ଘଣ୍ଟଘଣ୍ଟା,କାହାଳୀ, ଛତ୍ରି ସହ ପଟୁଆରରେ ତିନି ବାଡ଼ରୁ ତିନି ଜଣ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଧରି ତିନିରଥ ନିକଟକୁ ଆସିବେ। ଏହି ଅଜ୍ଞାମାଳ ରଥରେ ଲାଗି ହେବ। ମହାପ୍ରଭୁଙ୍କ ଆଜ୍ଞା ପାଇବା ପରେ ରଥ ଦକ୍ଷିଣମୋଡ଼ ହେବ। ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ଼ କରାଯିବ। ପରେ ଶ୍ରୀବଳଭଦ୍ରଙ୍କ ରଥ ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ରଥ ନାକଚଣା ଦ୍ୱାର ଅଭିମୁଖେ ଗଡିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।