ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ଆଜି ଓ ଆସନ୍ତାକାଲି ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ନବରଙ୍ଗପୁର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଭଳି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ କହିଛନ୍ତି,“ଆସନ୍ତା […]

rain-11

Jyoshna Pradhan
  • Published: Friday, 06 September 2019
  • , Updated: 06 September 2019, 11:47 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ଆଜି ଓ ଆସନ୍ତାକାଲି ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ନବରଙ୍ଗପୁର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଭଳି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ କହିଛନ୍ତି,“ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜାଗାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-ନୂଆପଡ଼ା, ବଲାଙ୍ଗିର, ବରଗଡ଼,ନବରଙ୍ଗପୁର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ। ଏଥିସହ କୋରାପୁଟ, କନ୍ଧମାଳ, ଗଞ୍ଜାମ, ନୟାଗଡ଼. ସମ୍ୱଲପୁର, ରାୟଗଡ଼ା ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ତା’ଛଡ଼ା ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ରରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।”

Related story