ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କଲମପୁର ମଣ୍ଡିରୁ ଧାନ ଉଠିବାରେ ବିଳମ୍ୱ ଯୋଗୁ ଅତିଷ୍ଠ ହୋଇ ଚାଷୀ ରାସ୍ତାକୁ ଓହ୍ଲାଇଛନ୍ତି। କଲମପୁର ତହସିଲ ଅଫିସ୍ ସମ୍ମୁଖରେ ଧାନ ବୋଝେଇ ଟ୍ରାକ୍ଟର ରଖି ଚାଷୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଫଳରେ ଜୁନାଗଡ଼-କଲମପୁର ମଧ୍ୟରେ ଯାତାୟତ ଠପ୍ ହୋଇଯାଇଛି।
ଚଳିତବର୍ଷ ବିଳମ୍ୱରେ ଧାନମଣ୍ଡି ଖୋଲିଛି। ମଣ୍ଡିରେ ଦିନ ଦିନ ଧରି ବିକ୍ରି ପାଇଁ ଆସିଥିବା ଧାନ ପଡ଼ି ରହୁଥିବା ଚାଷୀ ଅଭିଯୋଗ କରିଛନ୍ତି। ବର୍ଷା ଡର ପୁଣି ଫସଲ ହାନୀ ହେବା ଆଶଙ୍କା ସେମାନଙ୍କୁ ଘାରିଛି।
ଏନେଇ ଜଣେ ଚାଷୀ କହିଛନ୍ତି,“ କଲମପୁର ମଣ୍ଡିରୁ ଧାନ ଉଠୁନାହିଁ। ୧୦ ହଜାର କ୍ୱିଣ୍ଟାଲ ଧାନ ମଣ୍ଡିରେ ପଡି ରହିଛି। ଯଦି ତୁରନ୍ତ ଆମ ଧାନ ଉଠା ନଯାଏ, ତାହେଲେ ଆମେ ଏହି ବିକ୍ଷୋଭ ଜାରି ରଖିବୁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।